କାଳବୈଶାଖୀ: ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଙ୍ଗଳବାର ଅପରାହ୍ଣ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କୋରାପୁଟ, କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବା କାରଣରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ଏଥିସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟ ଭିଜିବ। ଏବଂ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ରୁ ୧୧ ତାରଖ ମଧ୍ୟରେ ମୌସୁମୀ ପହଞ୍ଚିବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର