ଟ୍ରକ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

Advertisment
ଟ୍ରକ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

ରାଉରକେଲା : ଆଜି କୁଆଁରମୁଣ୍ଡା ଫାଣ୍ଡି ହାତୀବାରି କାଲୋସିହିରିଆ ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ମହମ୍ମଦ ସହବାଜ ଖାଁ (୨୮) ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ମୃତ ମହମ୍ମଦ ସହବାଜ ଖାଁ କୁଆଁରମୁଣ୍ଡା ନିକଟସ୍ଥ ଭାଟ୍ଟିଟୋଲାରେ ବସବାସ କରନ୍ତି l ସହବାଜ କୌଣସି କାମରେ ହାତୀବାରି ଅଞ୍ଚଳକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଦଶ ଚକିଆ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା।
ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। କୁଆଁରମୁଣ୍ଡା ଫାଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଟ୍ରକ୍ ଓ ସ୍କୁଟିକୁ ଜବତ କରିଥିଲା। ପୁଲିସ୍ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣା ଘଟାଇବା ପରେ ଟ୍ରକ୍ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି l

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe