ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର

Advertisment

କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ୨୦ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ପଛରୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଛି । ଦୁର୍ଘଟଣାରେ ଚାପି ହୋଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି...

କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ୨୦ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ପଛରୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଛି । ଦୁର୍ଘଟଣାରେ ଚାପି ହୋଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି...

00

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ୨୦ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ପଛରୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଛି ।

ଦୁର୍ଘଟଣାରେ ଚାପି ହୋଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଘଟଗାଁ ଅଗ୍ନିଶମ ବିଭାଗ ପହଞ୍ଚି କଟର ସାହାଯ୍ୟରେ ଗାଡ଼ି କାଟି ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ବାହାର କରିଛି। 

ସୂଚନାଯୋଗ୍ୟ ଯେ, ଗୁରୁବାର ଭୋର ୪ଟା ସମୟରେ ଦରଖୋଳା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ରାସ୍ତାକଡ଼ରେ ଛିଡା ହୋଇଥିବା ଏକ ଟ୍ରକ୍‌ରୁ ପଛପଟୁ ଅନ୍ୟ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଧକ୍କା ଦେଇଥିବା ଟ୍ରକ୍ ଡ୍ରାଇଭର ଜଣଙ୍କ ଗାଡ଼ି ଭିତରେ ଚାପି ହୋଇଯାଇଥିଲେ।

ଅଧିକ ପଢ଼ନ୍ତୁ: ମିଳିଲାନି ଆମ୍ବୁଲାନ୍ସ, ବାଇକ୍‌ରେ ବୁହାହେଲା ମୃତଦେହ

ଏହା ଦେଖି ସ୍ଥାନୀୟ ଲୋକେ ଏନ୍.ଏଚ୍ ଆମ୍ବୁଲାନ୍ସକୁ କଲ୍ କରିବା ସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ସଙ୍ଗେ ସଙ୍ଗେ ଘଟଗାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି  ଚାପି ହୋଇ ରହିଥିବା ଡ୍ରାଇଭର ଜଣଙ୍କୁ ଉଦ୍ଧାର କରିଛି। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। 

ଅଧିକ ପଢ଼ନ୍ତୁ: ଧରାପଡ଼ିଲେ ୧୫ ମହୁଲି ମଦ ବେପାରୀ: ୨୯୪ ଲିଟର ବେଆଇନ ମହୁଲି ମଦ, ୫୫୫ ଲିଟର ତାଡ଼ି ଜବତ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe