ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ

ବୁର୍ଲାର ଏକ ଘରୋଇ ନର୍ସିଂହୋମରେ ସର୍ଟସର୍କିଟରୁ ଅଗ୍ନିକାଣ୍ଡ, ଜଳିଗଲେ ରୋଗୀ!

East Idaho News

ଦେବଗଡ଼: ବାରକୋଟ ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥର କଣ୍ଢଳ ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ଶନିବାର ସନ୍ଧ୍ୟାରେ ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସଂଧ୍ୟା ସମୟରେ କଣ୍ଢଳ ଗ୍ରାମର ରମାକାନ୍ତ ରାଉତ(୨୫) ଓ କନ୍ଦର୍ପ ସାହୁ (୬୦) ନିଜ ବାଇକରେ ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ଉଭୟ ବାଇକରୁ ଭାରସାମ୍ୟ ହରାଇ ଖସିପଡିଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦେବଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ କିନ୍ତୁ ରମାକାନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ କନ୍ଦର୍ପଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଦେବଗଡ଼ ଥାନା ପୁଲିସ ଶବ ଜବତ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe