ଭଦ୍ରକରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ୨ ଆହତ

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାନ୍ଦିଆ ପଞ୍ଚାୟତର ଚେଙ୍ଗଗଡିଆ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଲାଗି ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ ଜଣଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଗୁଲିଆ ମହାନ୍ତି ଓ ବାବୁ ରାଉତଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ନେଇ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ ହୋଇଛି। ଏହି ଗ୍ରାମର ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଏହି ମାଡ ପିଟି ଓ ଆକ୍ରମଣ ହୋଇଥିଲା। ଆଜି ଥିଲା ଭଦ୍ରକ ଫେକର ବେଦାନ୍ତର ଜନ୍ ଶୁଣାଣି ଶିବିର।

ଏହି ଶିବିରରୁ ଫେରିବା ପରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କଥା କଟା କାଟିକୁ ନେଇ ହୋଇଥିଲା ମାଡ ପିଟି। ପ୍ରତିପକ୍ଷଙ୍କ ଆକ୍ରମଣରେ ଆହତ ହୋଇଥିବା ଗୁଲିଆ ମହାନ୍ତିଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ଡାକ୍ତରଖାନାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଘଟଣାରେ ପୁଲିସ ତଦନ୍ତ ଆରମ୍ଭ କରିଥିବା ବେଳେ କାହାରିଙ୍କୁ ଗିରଫ କରିନାହିଁ।

ସମ୍ବନ୍ଧିତ ଖବର