ଅଜଣା ବ୍ୟକ୍ତିଙ୍କ ଆତ୍ମହତ୍ୟା! ପୁଲିସର ତଦନ୍ତ ଆରମ୍ଭ

ମାଲକାନଗିରି: ମାଲକାନଗିରି ଥାନା ଅନ୍ତର୍ଗତ ଶିଖପାଲୀ ଏବଂ ନାମଗୁଡା ମଧ୍ୟରେ ଏକ ଗଛରେ ଜଣେ ଅଜଣା ବ୍ୟକ୍ତି ଆତ୍ମହତ୍ୟା କରିଥିବା ଜଣାପଡିଛି। ଆଜି ସକାଳେ ନାମଗୁଡାରୁ ଶିଖପାଲୀ ଯାଉଥିବା ରାସ୍ତାର କଡରେ ରହିଥିବା ଏକ ଗଛରେ ଜଣେ ବ୍ୟକ୍ତି ବେକରେ ସେ ପିନ୍ଧିଥିବା ଗାମୁଛା ଦ୍ବାରା ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ଶବ ନିକଟରେ ଏକ ସାଇକେଲ ମଧ୍ୟ ପଡିଥିବା ଦେଖିବାକୁ ମିଳିଛି।

ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କର ବୟସ ୬୦ ବର୍ଷରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି। ତେବେ ବ୍ୟକ୍ତିଙ୍କ ଗୋଡ ତଳେ ଲାଗିଥିବାରୁ ଏହା ହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଛେଦ ପାଇଁ ପଠାଇଛି | ଶବ ଚିହ୍ନଟ ହେଲେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଆଇଆଇସି ରିଗାନ କିଣ୍ଡୋ ପ୍ରକାଶ କରିଛନ୍ତି।

ସମ୍ବନ୍ଧିତ ଖବର