ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୯୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୯୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୯୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୬୯ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୪୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଭୁବନେଶ୍ବରରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭୬ରେ ପହଞ୍ଚିଛି। କରୋନାରେ ସଂକ୍ରମିତ ହୋଇ ୩୪୩ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ସେହିପରି ଭୁବନେଶ୍ବରରେ ଏବେ ବି ୧୦୯୮୮ଟି ସକ୍ରିୟ କରୋନା ମାମଲା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀରୁ ୧୧୦୨ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥ ସଂଖ୍ୟା ୬୬୩୨୪ରେ ପହଞ୍ଚିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe