ଭଞ୍ଜନଗର: ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଡା ତହସିଲର ବାଙ୍କା ରାଜସ୍ୱ ନିରୀକ୍ଷକ ପ୍ରଶାନ୍ତ ପାଣିଗ୍ରାହୀ ୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳପୁର ଗାଁ ଇଟାଭାଟି ମାଲିକ ସୁଶାନ୍ତ ସାହୁଙ୍କ ନାମରେ କେଶ କରିବେ ବୋଲି ଧମକ ଦେଇ ଶ୍ରୀ ପାଣିଗ୍ରାହୀ ତାଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଶ୍ରୀ ସାହୁ ଭିଜିଲାନ୍ସ ଅଧିକାରୀଙ୍କୁ ଜଣାଇଥିଲେ। ଆଜି ଶ୍ରୀ ସାହୁ ଆରଆଇ ଶ୍ରୀ ପାଣିଗ୍ରାହୀଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ସମ୍ବନ୍ଧିତ ଖବର