ରାୟଗଡ଼ା: ଜନସାଧାରଣଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ, ଭୁବନେଶ୍ୱର କାର୍ଯ୍ୟାଳୟ ପକ୍ଷରୁ ରାୟଗଡ଼ାରେ ଆଜି ଆର୍ଥିକ ସାକ୍ଷରତା ଓ ସଚେତନତା ଉପରେ ଏକ 'ୱାକାଥନ୍' ଆୟୋଜନ କରଯାଇଥିଲା। ଏହି ‘ୱାକାଥନ୍’ ରାୟଗଡ଼ାସ୍ଥିତ ବିଜୁ ପଟ୍ଟନାୟକ ଅଡିଟୋରିୟମରୁ ଆରମ୍ଭ ହୋଇଥିଲା ଏବଂ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନ ଯଥା ଟାଉନ ଥାନା, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା, ରାୟଗଡ଼ା ଦୈନିକ ବଜାର ଏବଂ ରେଲୱେ ଓଭରବ୍ରିଜ ଦେଇ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଶେଷ ହୋଇଥିଲା।
ଏଥିରେ ବିଭିନ୍ନ ଟାର୍ଗେଟ ଗୋଷ୍ଠୀ ଯଥା ଛାତ୍ର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ଉଦ୍ୟୋଗୀ, କୃଷକ, ବରିଷ୍ଠ ନାଗରିକ ଇତ୍ୟାଦି ପ୍ରାୟ ୨୫୦ରୁ ଊର୍ଦ୍ଧ୍ୱ ଅଂଶଗ୍ରହଣ କରିଥିଲେ। ‘ୱାକାଥନ୍’ ପରେ ଏକ କ୍ଷେତ୍ର ସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱର କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀଙ୍କ ଦ୍ୱାରା ଆର୍ଥିକ ସାକ୍ଷରତା, ସାଇବର ସିକ୍ୟୁରିଟି, ଡିଜିଟାଲ୍ ବ୍ୟାଙ୍କିଙ୍ଗ୍, ବିଭିନ୍ନ ପ୍ରକାରର ଠକେଇ, ଚିରା ଓ ଫଟା ନୋଟ୍ ବିନିମୟ ସୁବିଧା, ବ୍ୟାଙ୍କରେ ଅଭିଯୋଗ ସମାଧାନର ବ୍ୟବସ୍ଥା, ଆରବିଆଇର ଏକୀକୃତ ଲୋକପାଳ ଯୋଜନା ଇତ୍ୟାଦି ଉପରେ ଅଧିବେଶନ ନିଆଯାଇଥିଲା।
ଏହି କାର୍ଯକ୍ରମରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଜେନେରାଲ ମ୍ୟାନେଜର ସତ୍ୟବ୍ରତ ବରୁଆ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ମୁଖ୍ୟ ବିକାଶ ଅଧିକାରୀ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର, ଅଗ୍ରଣୀ ଜିଲ୍ଲା ଅଧିକାରୀ ଅମିତ୍ କୁମାର ଓ ରଶ୍ମିରଞ୍ଜନ ସାହୁ, ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ପ୍ରବନ୍ଧକ ଦେବେନ୍ଦ୍ର କୁମାର ବାଉରୀ ଏବଂ ଅଗ୍ରଣୀ ଜିଲ୍ଲା ପ୍ରବନ୍ଧକ ଭବ ରଞ୍ଜନ ମିଶ୍ର, ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ମୁଖ୍ୟ ପ୍ରବନ୍ଧକ ମନୋଜ କୁମାର ବେହେରା ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/01/Rgda-RBI-Walkthon-programme.jpg)