ବାଇକ୍ ଦୁର୍ଘଟଣାରେ ଯୁବକ ମୃତ

କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ଡାବୁଗାଁ/ଝରିଗାଁ: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ଧାମନାଗୁଡ଼ା- ସିଉନାଗୁଡ଼ା ଛକ ନିକଟରେ ଭାରସାମ୍ୟ ହରାଇ ଜଣେ ବାଇକ୍ ଚାଳକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଧାମନା ଗୁଡା ପଞ୍ଚାୟତ ଅନ୍ତର୍ଗତ ଢେପଗୁଡ଼ାର ସୁଶୀଲ ନାୟକ( ୩୦)। ଏ ନେଇ ମୃତ ପରିବାର ଲୋକେ ଡାବୁଗାଁ ଥାନାରେ ଏତଲା ଦେବା ପରେ ପୁଲିସ ଶବ ଜବତ କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ ଢେପଗୁଡ଼ା ଗ୍ରାମର ସୁଶୀଲ ନାୟକ (୩୦) ଗାଁଗାଁ ବୁଲି ପରିବା ବିକନ୍ତି। ଆଜି ସେ ଏକ ବାଇକ୍ (ଓଡି ୨୪ ଏଫ୍‌ ୯୮୫୪) ଯୋଗେ ପରିବା ବିକି ଅପରାହ୍‌ଣ ସାଢେ଼ ୪ଟାରେ ନିଜ ଘରକୁ ଫେରୁଥିବା ସମୟରେ ଧାମନାଗୁଡା- ଶିଉନାଗୁଡ଼ା ଛକ ନିକଟରେ ବାଇକ୍ ଭାରସାମ୍ୟ ହରାଇ ରାସ୍ତା ଉପରେ ଛିଟିକି ପଡ଼ିଥିଲା। ଏଥିରେ ବାଇକ୍ ଚାଳକ ସୁଶୀଲ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ତୁରନ୍ତ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେଠାରେ ସୁଶୀଳଙ୍କୁ ମୃତ ଘୋଷଣା କରିଥିଲେ।

ଏ ନେଇ ପରିବାର ଲୋକେ ଡାବୁଗାଁ ଥାନାରେ ଏତଲା ଦେବା ପରେ ପୁଲିସ ଶବ ଜବତ କରିବା ସହ ଏକ ମାମଲା ରୁଜୁ କରିଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe