ବଙ୍ଗୋମୁଣ୍ଡା: ବଙ୍ଗୋମୁଣ୍ଡା ବ୍ଲକ ଡ଼ୁମେରପଡା ଗ୍ରାମର ଭାବସିଂ ମାଝୀ (୩୦)ଙ୍କ ସୋମବାର ବଜ୍ରପାତରେ ମୃତ୍ୟୁ ଘଟିଛି। ଶବ ବ୍ୟବଚ୍ଛେଦ ପାଇଁ କଣ୍ଟାବାଞ୍ଜି ଡାକ୍ତରଖାନାକୁ ପଠାଇଯାଇଥିଲା। ତାଙ୍କ ମୃତ୍ୟୁରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ଘରେ ସ୍ତ୍ରୀ, ୨ ଝିଅ ଓ ଗୋଟିଏ ପୁଅ ଅଛନ୍ତି।