ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ପାଖର ପଂଚାୟତ ଚକପଦା ଗ୍ରାମର ଜଣେ ଯୁବକ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଯୁବକ ଜଣଙ୍କ ହେଲେ ମାୟାଧର ବାରିକଙ୍କ ପୁଅ ଉମାଶାଙ୍କର ବାରିକ (୩୦)। ସୂଚନା ଅନୁସାରେ ଆଜି ସନ୍ଧ୍ୟାରେ ଉମାଶାଙ୍କର ଜଣେ ବ୍ୟକ୍ତିଙ୍କ ଘରେ ବିଦ୍ୟୁତ ସଂଯୋଗ କାମ କରୁଥିବା ବେଳେ ସେ ବିଦ୍ୟୁତ ଆଘାତର ଶିକାର ହୋଇ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତର ଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଂଚି ଶବ ଜବତ କରି ବ୍ୟବଛେଦ ପାଇଁ ରଖିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ
/sambad/media/post_attachments/wp-content/uploads/2023/06/dead-fff.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)