ସାପ କାମୁଡ଼ାରେ ଯୁବକ ମୃତ

ଦେଓଗାଁ: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ବନ୍ଧପଡ଼ା ଫାଣ୍ଡି ଅଧୀନ ସାରସମାଲ ଗାଁରେ ସାପ କାମୁଡ଼ାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଁର ବିଜୟ ନାଗ (୨୮) ଶନିବାର ରାତିରେ ଘରେ ଶୋଇଥିବା ବେଳେ ଏକ ସାପ କାମୁଡ଼ି ଦେଇଥିଲା। ପରିବାର ଲୋକେ ଏନେଇ ଜାଣିବା ପରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସମ୍ବନ୍ଧିତ ଖବର