ଯୁଯୁମୁରା: ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଝାଙ୍କରପାଲି ପଞ୍ଚାୟତ କଲିଆପାଲି ଗାଁର ରବୀନ୍ଦ୍ର ଭୋଇ(୩୩)ଙ୍କ ଶନିବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୁଶଳୀ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ରବୀନ୍ଦ୍ର ଶୁକ୍ରବାର ରାତିରେ ଖାଇସାରି ଶୋଇଥିଲେ। ଏହି ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ପ୍ରଥମେ ସମ୍ବଲପୁର ଜିଲ୍ଲା ମେଡିକାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପରେ ପୁଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଗାଁରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ଅକାଳ ବିୟୋଗରେ ସମଗ୍ର ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି। ତାଙ୍କର ପତ୍ନୀ ତୁଲଣୀ, ଝିଅ ଝରଣା(୪) ଓ ପୁଅ ମାନସ(୨) ଅଛନ୍ତି।
ରାତିରେ ଖାଇସାରି ଶୋଇଥିଲେ ଯୁବକ, ସାପ କାମୁଡ଼ାରେ ମୃତ
Advertisment
Follow Us