ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, ଉତ୍ତେଜନା

Advertisment
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, ଉତ୍ତେଜନା

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର-ଠାକୁରମୁଣ୍ଡା ରାସ୍ତା ପଦ୍ମପୁର ଛକରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଦ୍ମପୁରର ରାଇଆ ମହାକୁଡ଼ (୨୪)। ରାଇଆ ପଦ୍ମପୁର ଛକରେ ଏକ ଜଳଖିଆ ଦୋକାନରେ ମିସ୍ତ୍ରିଭାବେ କାମ କରୁଥିଲେ। ଆଜି ଭୋର ସାଢ଼େ ୪ଟାବେଳେ ସେ ବାହାରକୁ ବାହାରିଥିଲେ। ଏହି ସମୟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ପଳାଇଥିଲା। ଘଟଣାସ୍ଥଳରେ ରାଇଆଙ୍କ ମୃତ୍ୟୁ ଘଟିଥିଲା। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ କିଛି ସମୟ ପାଇଁ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଆନନ୍ଦପୁର ଥାନା ଅଧିକାରୀ ବିରଞ୍ଚି ବାଗ୍ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲେ। ପୁଲିସ ଶବ ଜବତ କରି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇଛି। ଏନେଇ ଆନନ୍ଦପୁର ଥାନାରେ ଏକ ମାମଲା ରୁଜୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe