ନଦୀରେ ଭାସିଗଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

Advertisment
ମୟୂରଭଂଜ: ନଦୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ

Representative image

ଭଞ୍ଜନଗର: ଗଂଜାମ ଜିଲ୍ଲା ଭଞ୍ଜନଗର ଥାନା ଅଧୀନ ଜାମପଲ୍ଲୀ ରାମଚଣ୍ଡୀ ମନ୍ଦିର ନିକଟରେ ନଦୀରେ ଭାସିଯାଇ ଜଣେ ଯୁବକର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜାମପଲ୍ଲୀ ରୋଡ଼ର ଅନୀଲ ନାଇକ(୧୯)। ଅନୀଲ ସକାଳ ସମୟରେ ନଦୀକୁ ଗାଧୋଇବାକୁ ଯାଇଥିଲେ। କିନ୍ତୁ ବହୁ ସମୟ ପର୍ଯ୍ୟନ୍ତ ଘରକୁ ଆଉ ଫେରିନଥିଲେ। ପରିବାର ଲୋକ ବହୁ ଖୋଜା ଖୋଜି କରିବା ପରେ ନଦୀରେ କିଛି ଦୂର ରାମଚଣ୍ଡୀ ମନ୍ଦିର ପଛ ପାଖ ନଦୀରେ ପଡି ରହିଥିବା ଦେଖିବାକୁ ପାଇଥିଲେ। ଏହାପରେ ସ୍ଥାନୀୟ ଲୋକ ତାକୁ ଉଦ୍ଧାର କରି ମେଡିକାଲ୍ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅନୀଲକୁ ମୃତ ଘୋଷଣା କରିଥିଲେ ଏହାପରେ ପୁଲିସ୍ ସେଠାରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe