କରମା ପୂଜା ଦେଖିବାକୁ ଆସିଥିବା ଯୁବତୀଙ୍କୁ ଗଣଦୁଷ୍କର୍ମ

Advertisment

ଗତ ୧୬ ତାରିଖ ରାତିରେ ଯୁବତୀ ଜଣଙ୍କ ରାଜଗାଙ୍ଗପୁରକୁ କରମା ପୂଜା ଦେଖିବାକୁ ଆସିଥିଲେ। ଏହି ସମୟରେ ଯୁବତୀଙ୍କ  ସହିତ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଯୁବତୀ ଜଣଙ୍କ ଏନେଇ ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ । ୧୭ ତାରିଖରେ ପରିବାର ଲୋକେ କୁତ୍ରା ଥାନାରେ ଏସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ...

5aaaaa

ସୁନ୍ଦରଗଡ଼: କରମା ପୂଜା ଦେଖିବାକୁ ଆସିଥିବା ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅଞ୍ଚଳରେ ଏହି ଲଜ୍ଜା ଜନକ ଘଟଣା ଘଟିଛି।

୩ ଜଣ ଦୁଷ୍କର୍ମକାରୀଙ୍କ ମଧ୍ୟରୁ ୨ ଜଣ ନାବାଳକ ଥିବା ଜଣା ପଡ଼ିଛି । ସେମାନଙ୍କ ଘର ବୀରମିତ୍ରପୁର ଥାନା ରାଇବଗା ଅଞ୍ଚଳରେ ବୋଲି ପୁଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। 

ମିଳିଥିବା ସୂଚନା ଅନୁସାରେ ଗତ ୧୬ ତାରିଖ ରାତିରେ ଯୁବତୀ ଜଣଙ୍କ ରାଜଗାଙ୍ଗପୁରକୁ କରମା ପୂଜା ଦେଖିବାକୁ ଆସିଥିଲେ। ଏହି ସମୟରେ ଯୁବତୀଙ୍କ  ସହିତ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଯୁବତୀ ଜଣଙ୍କ ଏନେଇ ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ । ୧୭ ତାରିଖରେ ପରିବାର ଲୋକେ କୁତ୍ରା ଥାନାରେ ଏସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ।  

ଯୁବତୀଙ୍କ ଅଭିଯୋଗ ଅନୁସାରେ ଏହି ମାମଲାରେ ୩ ଜଣ ସାମିଲ ଥିଲେ । ଆଉ ସେଥିରେ ଦୁଇ ଜଣ ନାବାଳକ ମଧ୍ୟ ଥିଲେ ବୋଲି ସେ କହିଛନ୍ତି । ପୁଲିସ ଘଟଣାର ତଦନ୍ତ କରିବା ସହିତ ଅଭିଯୁକ୍ତଙ୍କୁ ଧରିବାକୁ ଖୋଳତାଡ ଆରମ୍ଭ କରିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe