ଭୁବନେଶ୍ବର: ମୁଖ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ସାତ୍ୟକି ମିଶ୍ର। ମୁଖ ଅପରେସନ ହେବା ପରେ ଲୋକମାନଙ୍କୁ ତମ୍ବାଖୁ ସେବନ ନ କରିବା ପାଇଁ ସେ ଅନୁରୋଧ କରିଛନ୍ତି। ସୋସିଆଲ ମିଡ଼ିଆରେ ଭିଡିଓ ପୋଷ୍ଟ କରି ସେ କହିଛନ୍ତି , ଗତ ୧ ବର୍ଷ ହେବ ସେ କ୍ୟାନସରରେ ପୀଡ଼ିତ ହୋଇ ଅନେକ କଷ୍ଟ ପାଇଛନ୍ତି। ମଦ, ସିଗାରେଟ ଓ ଗୁଟଖା ଖାଇ ଜୀବନକୁ କଷ୍ଟ ନ ଦେବାକୁ ସେ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ମୁଁ ଆଶା କରୁଛି ସମସ୍ତେ ମୋର ଅନୁରୋଧ ରକ୍ଷା କରିବେ।
/sambad/media/post_attachments/wp-content/uploads/2023/12/images.jpeg)
ସୂଚନା ଥାଉକି ଓଡିଆ ଚଳଚିତ୍ରର ଜଣାଶୁଣା ଅଭିନେତା ସାତ୍ୟକି ମିଶ୍ର ମୁଖ କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଗତ ୧ ବର୍ଷ ତଳେ ତାଙ୍କର ମୁହଁ ଅପରେସନ ହୋଇଛି। ଏହା ଅତ୍ୟନ୍ତ ଯନ୍ତ୍ରଣାଦାୟକ ବୋଲି ସେ କହିଛନ୍ତି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/12/Untitled-14.png)