ବିକଳ୍ପ ରହଣି ପାଇଁ ବର୍ଷାଙ୍କୁ ୩୦ ହଜାର ଟଙ୍କା ଦେଲେ ଅନୁଭବ ମହାନ୍ତି

କଟକ: ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକୁ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ତୁରନ୍ତ ପାଳନ କରିଛନ୍ତି । ଗତକାଲି ମିଳିିଥିବା କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଅନୁଭବ ଆଜି(ଶୁକ୍ରବାର) ପତ୍ନୀ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ପଠାଇଛନ୍ତି । ଅନୁଭବଙ୍କ ପୈତୃକ ଘର ଛାଡି ବାହାରେ ରହିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ ଅଦାଲତ । ତେବେ ବର୍ଷାଙ୍କୁ ଟଙ୍କା ପଠାଇବା ପରେ ଅନୁଭବ ଓ ତାଙ୍କ ଓକିଲ କୋର୍ଟଙ୍କୁ ଅବଗତ କରାଇଛନ୍ତି ।

କୋର୍ଟରେ ହାଜର ହୋଇ ଟଙ୍କା ଜମା କରାଯାଇଥିବା ଅବଗତ କରିଛନ୍ତି ଅନୁଭବ । ପ୍ରତି ମାସ ୧୦ ତାରିଖ କିମ୍ବା ଏହାର ପୂର୍ବରୁ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ଜମା କରିବାକୁ ଗତକାଲି(ଗୁରୁବାର) ପାରିବାରିକ ବିବାଦର ଶୁଣାଣି କରି ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଅନୁଭବଙ୍କ ପିଟିସନକୁ କୋର୍ଟ ଗ୍ରହଣ କରି ଏପରି ନିର୍ଦ୍ଦେଶ ଦେଇଥିଲେ । ଅନୁଭବଙ୍କ ବାପାଙ୍କ ଦେହ ଅସୁସ୍ଥ ଥିବାରୁ ବର୍ଷା ଅନୁଭବଙ୍କ ପୈତୃକ ଘରେ ନ ରହିବାକୁ ଅନୁଭବଙ୍କ ପକ୍ଷରୁ କୋର୍ଟରେ ଆବେଦନ କରାଯାଇଥିଲା । ତେବେ ଦୁଇ ମାସ ମଧ୍ୟରେ ଏହି ଟଙ୍କା ଜମା କରିବା ପରେ ବର୍ଷା ଅନୁଭବଙ୍କ ପୈତୃକ ଘର ଛାଡି ଅନ୍ୟତ୍ର ରହିବେ ବୋଲି କୋର୍ଟଙ୍କ ନିର୍ଦ୍ଦେଶ ରହିଛି ।

ସମ୍ବନ୍ଧିତ ଖବର