ଆଉ ନାହାନ୍ତି ବର୍ଷୀୟାନ ବଲିଉଡ୍ ଅଭିନେତା ଦିଲୀପ କୁମାର, ୯୮ ବର୍ଷ ବୟସରେ ସରିଗଲା ଜୀବନ ଯାତ୍ରା

Advertisment
ଆଉ ନାହାନ୍ତି ବର୍ଷୀୟାନ ବଲିଉଡ୍ ଅଭିନେତା ଦିଲୀପ କୁମାର, ୯୮ ବର୍ଷ ବୟସରେ ସରିଗଲା ଜୀବନ ଯାତ୍ରା

ମୁମ୍ବାଇ: ଆଉ ନାହାନ୍ତି ଲୋକପ୍ରିୟ ବଲିଉଡ୍‌ କଳାକାର ଦିଲୀପ କୁମା‌ର। ସେ ଆଜି(ବୁଧବାର) ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା।

ପୂର୍ବରୁ ତାଙ୍କ ଶ୍ବାସକ୍ରିୟାରେ ସମସ୍ୟା ଉପୁଜିବା ହେତୁ ଜୁନ୍‌ ୨୯ ତାରିଖରେ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଜୁନ୍‌ ୩୦ ତାରିଖରେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲ୍‌ ଆଇସିୟୁରେ ରଖା ଯାଇଥିଲା। ଚିକିତ୍ସା କାଳ‌ରେ ତାଙ୍କ ପତ୍ନୀ ସାଇରା ବାନୁ ତାଙ୍କ ପାଖେପାଖେ ରହିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ପ୍ରଶଂସକଙ୍କୁ ସୂଚନା ଦେଇ ଆସୁଥିଲେ। ଶେଷରେ ସେ ଆଜି ସକାଳ ୭.୩୦ ସମୟରେ ତାଙ୍କର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।

ଦିଲୀପ କୁମା‌ରଙ୍କ ପ୍ରକୃତ ନାମ ମହମ୍ମଦ ୟୁସୁଫ ଖାନ । ସେ ୧୧ ଡିସେମ୍ବର ୧୯୨୨ ରେ ଜନ୍ମଗ୍ରହଣ କରିଥିଲେ। ସେ ହିନ୍ଦି ସିନେମାରେ ପ୍ରଥମ ଖାନ ଭାବରେ ଜଣାଶୁଣା । ଦିଲୀପ କୁମା‌ର ୧୯୪୪ ମସିହାରେ ବମ୍ବେ ଟକିଜ୍ ଦ୍ୱାରା ନିର୍ମିତ ଚଳଚ୍ଚିତ୍ର ‘ଜ୍ବାର ଭଟ୍ଟା’ ଫିଲ୍ମରେ ଅଭିନୟର କ୍ୟାରିଅର ଆରମ୍ଭ କରିଥିଲେ । ପ୍ରାୟ ପାଞ୍ଚ ଦଶନ୍ଧିର ଅଭିନୟ କ୍ୟାରିୟରରେ ୬୫ରୁ ଅଧିକ ଚଳଚ୍ଚିତ୍ରରେ କାମ କରିଥିଲେ । ଦିଲୀପ କୁମା‌ର ଅନ୍ଦାଜ (୧୯୪୯), ଆନ୍ (୧୯୫୨), ଦାଗ୍ (୧୯୫୨), ଦେବଦାସ (୧୯୫୫), ଆଜାଦ (୧୯୫୫), ମୋଗଲ-ଏ-ଆଜମ (୧୯୬୦), ଗଙ୍ଗା ଯମୁନା (୧୯୬୧), ରାମ ଅର ଶ୍ୟାମ ( ୧୯୬୭) ପରି ଚଳଚ୍ଚିତ୍ରରେ ନିଜ ଅଭିନୟର ଛାପ ଛାଡିଛନ୍ତି ।

୧୯୭୬ ମସିହାରେ ଦିଲୀପ କୁମା‌ର କାମରୁ ପାଞ୍ଚ ବର୍ଷର ବିରତି ନେଇଥିଲେ । ଏହା ପରେ ୧୯୮୧ ମସିହାରେ ସେ କ୍ରାନ୍ତି ଚଳଚ୍ଚିତ୍ର ସହିତ ପ୍ରତ୍ୟାବର୍ତ୍ତନ କରିଥିଲେ । ଏହା ପରେ ୱୋ ଶକ୍ତି (୧୯୮୨), ମଶାଲ (୧୯୮୪), କରମା (୧୯୮୬), ସୌଦାଗର (୧୯୯୧) ଫିଲ୍ମରେ ଅଭିନୟ କରିଛନ୍ତି । ତାଙ୍କର ଶେଷ ଚଳଚ୍ଚିତ୍ର ଥିଲା ‘କିଲା’ ଯାହା ୧୯୯୮ ରେ ମୁକ୍ତିଲାଭ କରିଥିଲା ​​।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe