ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଡାକ୍ତରଖାନାରେ ଭର୍ତ୍ତି ହେଲେ ଅଭିନେତ୍ରୀ ଦୀପିକା ପାଦୁକୋଦ

ନୂଆଦିଲ୍ଲୀ: ଡାକ୍ତରଖାନାରେ ଭର୍ତ୍ତି ହେଲେ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ। ନିଶ୍ବାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ବୋଲି ଜଣାପଡ଼ିଛି। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିବା ଜଣାପଡ଼ିଛି। ଏବେ ସେ ସୁସ୍ଥ ଥିବା କୁହାଯାଉଛି।

ଏହା ପ୍ରଥମ ନୁହେଁ ଏହା ପୂର୍ବରୁ ଜୁନ ୧୪, ୨୦୨୨ରେ ମଧ୍ୟ ନିଶ୍ବାସ ନେବାରେ ସମସ୍ୟା ହେବାରୁ ଦୀପିକାଙ୍କୁ ହାଇଦ୍ରାବାଦର ଏକ ହସ୍ପିଟାଲକୁ ନିଆଯାଇଛି। ଫିଲ୍ମ ‘ପ୍ର‌ୋଜେକ୍ଟ କେ’ର ସୁଟିଂ ସମୟରେ ସେଟରେ ହିଁ ତାଙ୍କୁ ହଠାତ ନିଶ୍ବାସ ନେବାରେ ସମସ୍ୟା ହୋଇଥିଲା। ଏହା ପରେ ତୁରନ୍ତ ତାଙ୍କୁ ହାଇଦ୍ରାବାଦର ଏକ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା କରାଯିବା ପରେ ସେ ସୁସ୍ଥ ହୋଇ ପୁଣି ଥରେ ସୁଟିଂ ସେଟକୁ ଫେରିଥିଲେ। ଚିକିତ୍ସା କରୁଥିବା ଡାକ୍ତର କହିଥିଲେ ଯେ, ଦୀପିକାଙ୍କ ହୃଦସ୍ପନ୍ଦନ ବଢ଼ିଯିବା ସହ ସେ ଅସହଜ ମନେ କରିଥିଲେ। ଏ‌ବେ ଚିକିତ୍ସା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।

ଦୀପିକା ପାଦୁକୋନ୍ ସେ ସମୟରେ ‘ପ୍ରୋଜେକ୍ଟ କେ’ର ସୁଟିଂ ପାଇଁ ହାଇଦ୍ରାବାଦରେ ଥିଲେ, ଯେଉଁଥିରେ ପ୍ରଭାସ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି। ସାଉଥ୍ ସୁପରଷ୍ଟାର ପ୍ରଭାସଙ୍କ ସହ ଦୀପିକା ସାଉଥ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ‘ପ୍ର‌ୋଜେକ୍ଟ କେ’ରେ ବିଗ୍ ବି ଅମିତାଭ ବଚ୍ଚନ ଏବଂ ଅଭିନେତ୍ରୀ ଦିଶା ପଟାନୀ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଭୂମିକାରେ ନଜର ଆସିବେ। ଏହା ବ୍ୟତୀତ ଦୀପିକା ପାଦୁକୋନ ଶାହରୁଖ ଖାନଙ୍କ ସହ ଫିଲ୍ମ ‘ପଠାନ’ ଏବଂ ହ୍ରିତିକ ରୋଶନଙ୍କ ସହ ଫିଲ୍ମ ‘ଫାଇଟର’ରେ ମଧ୍ୟ ନଜର ଆସିବେ, ଯାହାର ସୁଟିଂ ଆରମ୍ଭ ହୋଇସାରିଛି।

ସମ୍ବନ୍ଧିତ ଖବର