ମୁମ୍ବାଇ : କିଛି ଦିନ ତଳେ ଧାରାବାହିକ ଅଭିନେତା କରଣ ଓବରଏଙ୍କ ଉପରେ ଜଣେ ଅଭିନେତ୍ରୀ ଦୁଷ୍କର୍ମର ଆରୋପ ଆଣିଥିଲେ । ଏହା ପରେ କରଣଙ୍କୁ ପୁଲିସ ଗିରଫ କରି ୧୪ଦିନ ରିମାଣ୍ଡରେ ନେଇଥିଲା । ଏବେ ଏହି ମାମଲାକୁ କେନ୍ଦ୍ର କରି ଆଉ ଏକ ଖବର ସାମ୍ନାକୁ ଆସିଛି । ଅଭିଯୋଗ କରିଥିବା ପୀଡ଼ିତାଙ୍କ ଉପରେ ଦୁଇ ଜଣ ବାଇକ୍ ଆରୋହୀ ଆକ୍ରମଣ କରିବା ସହ ଏତଲା ଫେରାଇ ଆଣିବାକୁ ଧମକ ଦେଇଥିବା ଜଣା ପଡ଼ିଛି । ଏ ନେଇ ପୀଡ଼ିତା ମୁମ୍ବାଇ ପୁଲିସରେ ଅଭିଯୋଗ କରିବା ପରେ ଘଟଣାଟି ସାମ୍ନାକୁ ଆସିଛି ।
/sambad/media/post_attachments/wp-content/uploads/2019/05/Karan-Oberoi-300x169.jpg)
ପୁଲିସ ଦେଇଥିବା ସୂଚନା ମୁତାବକ, ପୀଡ଼ିତାଙ୍କ ଉପରେ ଦୁଇଜଣ ବାଇକ୍ ଆରୋହୀ ଛୁରିରେ ଆକ୍ରମଣ କରିବା ସହ ତାଙ୍କ ଉପରକୁ ଏକ ଚିଠି ଫିଙ୍ଗିଥିଲେ । ଚିଠିରେ ଏତଲା ଫେରାଇ ଆଣିବାକୁ ଧମକ ଦିଆଯାଇଥିଲା । ତେବେ ଏ ଘଟଣାକୁ ନେଇ ଏତଲା ରୁଜୁ କରାଯିବା ସହ ତଦନ୍ତ ଆରମ୍ଭ କରି ଦେଇଛି ପୁଲିସ ।