କରଣ ଓବରଏଙ୍କ ଉପରେ ଦୁଷ୍କର୍ମ ଅଭିଯୋଗ ଆଣିଥିବା ଅଭିନେତ୍ରୀଙ୍କ ଉପରେ ମାରଣାନ୍ତକ ଆକ୍ରମଣ,ଏତଲା ଫେରାଇ ଆଣିବାକୁ ମିଳିଲା ଧମକ

କରଣ ଓବରଏଙ୍କ ଉପରେ ଦୁଷ୍କର୍ମ ଅଭିଯୋଗ ଆଣିଥିବା ଅଭିନେତ୍ରୀଙ୍କ ଉପରେ ମାରଣାନ୍ତକ ଆକ୍ରମଣ,ଏତଲା ଫେରାଇ ଆଣିବାକୁ ମିଳିଲା ଧମକ

ABP Live

ମୁମ୍ବାଇ : କିଛି ଦିନ ତଳେ ଧାରାବାହିକ ଅଭିନେତା କରଣ ଓବରଏଙ୍କ ଉପରେ ଜଣେ ଅଭିନେତ୍ରୀ ଦୁଷ୍କର୍ମର ଆରୋପ ଆଣିଥିଲେ । ଏହା ପରେ କରଣଙ୍କୁ ପୁଲିସ ଗିରଫ କରି ୧୪ଦିନ ରିମାଣ୍ଡରେ ନେଇଥିଲା । ଏବେ ଏହି ମାମଲାକୁ କେନ୍ଦ୍ର କରି ଆଉ ଏକ ଖବର ସାମ୍ନାକୁ ଆସିଛି । ଅଭିଯୋଗ କରିଥିବା ପୀଡ଼ିତାଙ୍କ ଉପରେ ଦୁଇ ଜଣ ବାଇକ୍‌ ଆରୋହୀ ଆକ୍ରମଣ କରିବା ସହ ଏତଲା ଫେରାଇ ଆଣିବାକୁ ଧମକ ଦେଇଥିବା ଜଣା ପଡ଼ିଛି । ଏ ନେଇ ପୀଡ଼ିତା ମୁମ୍ବାଇ ପୁଲିସରେ ଅଭିଯୋଗ କରିବା ପରେ ଘଟଣାଟି ସାମ୍ନାକୁ ଆସିଛି ।

publive-image Freepressjournal

ପୁଲିସ ଦେଇଥିବା ସୂଚନା ମୁତାବକ, ପୀଡ଼ିତାଙ୍କ ଉପରେ ଦୁଇଜଣ ବାଇକ୍‌ ଆରୋହୀ ଛୁରିରେ ଆକ୍ରମଣ କରିବା ସହ ତାଙ୍କ ଉପରକୁ ଏକ ଚିଠି ଫିଙ୍ଗିଥିଲେ । ଚିଠିରେ ଏତଲା ଫେରାଇ ଆଣିବାକୁ ଧମକ ଦିଆଯାଇଥିଲା । ତେବେ ଏ ଘଟଣାକୁ ନେଇ ଏତଲା ରୁଜୁ କରାଯିବା ସହ ତଦନ୍ତ ଆରମ୍ଭ କରି ଦେଇଛି ପୁଲିସ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe