ଶାରୀରିକ ଦୁର୍ବଳତା ଥିଲେ ବି ଏବେ ଲତାଜୀ ବିପଦମୁକ୍ତ ଅଛନ୍ତି: ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଶାରୀରିକ ଦୁର୍ବଳତା ଥିଲେ ବି ଏବେ ଲତାଜୀ ବିପଦମୁକ୍ତ ଅଛନ୍ତି: ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ

indiatoday

ମୁମ୍ବାଇ: ସ୍ୱର ସମ୍ରାଜ୍ଞୀ ଲତା ମଙ୍ଗେସକର ଗତ ଜାନୁଆରୀ ୮ରେ କରୋନା ଆକ୍ରାନ୍ତ ହୋଇଥିଲେ। ଏହା ପରେ ପରେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲକୁ ନିଆଯାଇଥିଲା। ସେବେଠାରୁ ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ପ୍ରଶଂସକମାନେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ଥିବା ବେଳେ ଏବେ ସେ ସୁସ୍ଥ ହେଉଥିବା ଜଣାପଡ଼ିଛି। ସର୍ବଶେଷ ରିପୋର୍ଟ ଅନୁଯାୟୀ, ଲତା ମଙ୍ଗେସକରଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଛି। ବର୍ତ୍ତମାନ ତାଙ୍କ ଶରୀରରେ ଦୁର୍ବଳତା ଥିଲେ ଏବେ ସେ ବିପଦମୁକ୍ତ ଅଛନ୍ତି।

ଉଲ୍ଲେଖଯୋଗ୍ୟ, ଲତା ମଙ୍ଗେସକର ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ, ଗୁରୁ ଓ ଥିଏଟର କଳାକାର ଥିଲେ । ପିଲାବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା । ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ । ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା । ଆଉ ପରିବାର ଚଳାଇବା ପାଇଁ ଶେଷରେ ୧୯୪୨ ମସିହାରେ ଚଳଚ୍ଚିତ୍ର ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେସକର ।

୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେସକର ହିନ୍ଦୀ ଓ ମରାଠୀ ଭାଷାରେ ୮ଟି ଗୀତରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ପରିଚିତ ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା ।

୧୯୬୩ ମସିହାରେ ହୋଇଥିବା ଭାରତ-ଚୀନ ଯୁଦ୍ଧ ସମୟରେ ଲତାଙ୍କ ଗୀତ ‘ଏ ମେରେ ବତନ କେ ଲୋଗୋଁ’ ପୂରା ଦେଶବାସୀଙ୍କ ମନକୁ ଛୁଇଁଥିଲା । ସେତେବେଳର ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଏହି ଗୀତ ଶୁଣି ଭାବବିହ୍ୱଳ ହୋଇପଡିଥିଲେ । ଏହି ଗୀତ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହାପରେ ଲତା ମଙ୍ଗେସକର ‘ଲଗଜା ଗଲେ’, ‘ପ୍ୟାର କା ନଗମା’, ‘ସିସା ହୋ ୟା ଦିଲ’, ‘ତେରେ ବିନା ଜିନ୍ଦେଗୀ ସେ କୋଇ ସିକୱା ନେହିଁ’ ଭଳି ଗୀତ ଗାଇ ଘରେ ଘରେ ପରିଚିତ ହୋଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe