ବାପାଙ୍କ ମୃତ୍ୟୁର ବର୍ଷକ ପରେ ଚାଲିଗଲେ ମିହିର ଦାସଙ୍କ ସାନପୁଅ ଅକ୍ଳାନ୍ତ, ଅନ୍ତିମ ସଂସ୍କାର ସମ୍ପନ୍ନ

Advertisment
ବାପାଙ୍କ ମୃତ୍ୟୁର ବର୍ଷକ ପରେ ଚାଲିଗଲେ ମିହିର ଦାସଙ୍କ ସାନପୁଅ ଅକ୍ଳାନ୍ତ, ଅନ୍ତିମ ସଂସ୍କାର ସମ୍ପନ୍ନ

କଟକ: ବାପାଙ୍କ ମୃତ୍ୟୁର ଠିକ୍‌ ବର୍ଷକ ପରେ ଚାଲି ଯାଇଛନ୍ତି ସ୍ବର୍ଗତଃ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ । ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମାସେ ହେଲା ଅକ୍ଲାନ୍ତ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ। ଲିଭର ଜନିତ ସମସ୍ୟା ଯୋଗୁ ଚିକିତ୍ସାଧୀନ ଥିଲେ ଅକ୍ଲାନ୍ତ। ତାଙ୍କ ମୃତ୍ୟୁ  ପରେ କଟକ ସତୀଚଉରାରେ ଅକ୍ଲାନ୍ତଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି।

publive-image

ଓଡ଼ିଆ ଚଳଚ୍ଚିତ୍ର ଓ ଟେଲି ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଗତବର୍ଷ ଜାନୁଆରି ୧୧ ତାରିଖରେ ପରଲୋକ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ ମିହିର। ମୃତ୍ୟୁ ବେଳକୁ ତାଙ୍କୁ ବୟସ ମାତ୍ର ୬୩ ବର୍ଷ ହୋଇଥିଲା। କିଡନି ବ୍ୟାଧିରେ ପୀଡ଼ିତ ମିହିର ଦାସଙ୍କ ଏକାଧିକ ଅଙ୍ଗ ଅକାମୀ ହୋଇ ପଡ଼ିବା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ୨୦୨୧ ଡିସେମ୍ବର ମାସ ୮ ତାରିଖରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକର ଏକ ଘ‌ରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଏହାପର ଠାରୁ ସେ ଆଇସିୟୁରେ ରହି ଚିକିତ୍ସିତ ହେଉଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe