ବିଶିଷ୍ଟ ଓଡିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ ଓ ଦାସକାଠିଆ ଶିଳ୍ପୀ ଉପେନ୍ଦ୍ର କୁମାର ପାଣିଗ୍ରାହୀ ପାଇବେ ‘ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ୱର: ବିଶିଷ୍ଟ ଓଡ଼ିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ ଏବଂ ଦାସକାଠିଆ ଶିଳ୍ପୀ ଉପେନ୍ଦ୍ର କୁମାର ପାଣିଗ୍ରାହୀ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମିର ସର୍ବୋଚ୍ଚ ପୁରସ୍କାର ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ପାଇବାକୁ ମନୋନୀତ ହୋଇଛନ୍ତି। ୨୦୧୭-୧୮ ବର୍ଷ ପାଇଁ କଟକର ବିଶିଷ୍ଟ କଣ୍ଠଶିଳ୍ପୀ ଶ୍ୟାମାମଣି ଦେବୀ ଏବଂ ୨୦୧୮-୧୯ ପାଇଁ ଗଞ୍ଜାମର ଉପେନ୍ଦ୍ର କୁମାର ପାଣିଗ୍ରାହୀ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ପାଇବାକୁ ମନୋନୀତ ହୋଇଛନ୍ତି।

ସମ୍ବନ୍ଧିତ ଖବର