ତୃତୀୟ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲ ଶେଷ: ବିଧାନସଭା ପାଇଁ ୩୯୯, ଲୋକସଭା ପାଇଁ ୬୯ଜଣଙ୍କ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ବର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନ ପତ୍ର ଦାଖଲ ଆଜି ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ ହୋଇଛି। ଶେଷଦିନରେ ବିଧାନସଭା ପାଇଁ ୧୮୬ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ପାଇଁ ୩୫ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେହିପରି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୫ ଜଣ ବିଧାନସଭା ପ୍ରାର୍ଥୀ ଓ ୨ ଜଣ ଲୋକସଭା ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଜଣାଇଛି। ଗୁରୁବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷଦିନରେ ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୯୯ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ୬ଟି ଲୋକସଭା ପାଇଁ ମୋଟ ୬୯ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ଗତ ୨ ତାରିଖରୁ ଚତୁର୍ଥ ଓ ଅନ୍ତିମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବାବେଳେ ଏବେସୁଦ୍ଧା ୪୨ଟି ବିଧାନସଭା ପାଇଁ ୩୩ ଜଣ ଓ ୬ଟି ଲୋକସଭା ପାଇଁ ୪ ଜଣ ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ସମ୍ବନ୍ଧିତ ଖବର