ମେଷ: ଅଫିସରେ ଅଧିକ ସମୟ କାମ କରନ୍ତୁ ଅଧୁରା କାମ ପୂରା ହୋଇଯିବ। ଦାମ୍ପତ୍ୟ ଜୀବନରେ ମିଷ୍ଟତା ରହିବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀ କୌଣସି ବରିଷ୍ଠଙ୍କର ପରାମର୍ଶ ନିଅନ୍ତୁ।‌

Advertisment

ବୃଷ: ବ୍ୟବସାୟରେ କିଛି ନୂଆ କରିବା ପାଇଁ ମନରେ ନୂଆ ବିଚାର ଆସିବ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି। ‌

ମିଥୁନ: ନୂଆ ଲୋକଙ୍କ ସହ ବନ୍ଧୁତା ହେବ। ଆପଣଙ୍କ ମସ୍ତିଷ୍କରେ ଏଭଳି ବିଚାର ଆସିବ ଯାହା ପ୍ରଗତିର ଦ୍ବାର ଖୋଲିଦେବ। ଚାକିରି ଖୋଜୁଥିବା ଯୁବକଙ୍କୁ ଶୁଭ ଖବର ମିଳିବ।

କର୍କଟ: ବୟୋଜ୍ୟେଷ୍ଠଙ୍କ ସେବା କରନ୍ତୁ ଆର୍ଥିକ ସ୍ଥିତି ସୁଧିରିବ। ବ୍ୟବସାୟ କାମରେ ରାଜ୍ୟ ବାହାରକୁ ଯିବାର ଯୋଜନା କରିବେ। ଜମିରେ ନିବେଶ ଲାଗି ଭଲ ଦିନଟିଏ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ‌

ସିଂହ: ଆପଣଙ୍କର ସବୁ ଇଚ୍ଛା ପୂରଣ ହେବ। ବ୍ୟବସାୟରେ ବଡ଼ ଡ଼ିଲ୍ କରିପାରନ୍ତି। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଅଚାନକ କୌଣସି ବନ୍ଧୁ ଘରକୁ ଆସିବେ।

କନ୍ୟା: ଆପଣଙ୍କର ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। ସାମାଜିକ ଓ ରାଜନୀତି କାର୍ଯ୍ୟରେ ମନ ଲାଗିବ। ଅଚାନକ ଧନଲାଭ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

ତୁଳା: ଧର୍ମକାର୍ଯ୍ୟରେ ଆପଣଙ୍କର ବିଶ୍ବାସ ବଢ଼ିବ। ଜରୁରୀ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।

ବିଛା: ଲାଗି ରହିଥିବା ଅଶାନ୍ତି ସମାପ୍ତ ହୋଇପାରେ। କୌଣସି ଶୁଭ ଖବର ପାଇବେ। ବ୍ୟବସାୟ ଡ଼ିଲ୍ ପାଇଁ ରାଜ୍ୟ ବାହାରକୁ ଯିବେ। ପ୍ରତିଯୋଗୀ ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।

ଧନୁ: ରାଜନୀତିକ ଓ ସାମାଜିକ କାର୍ଯ୍ୟରେ ସମୟ ଦେବେ। ନୂଆ ଉତ୍ସରୁ ଧନଲାଭ ହେବ। ଚାକିରିଜୀବୀ ମନ ଚାହୁଁଥିବା ଅଞ୍ଚଳକୁ ବଦଳି ହୋଇପାରନ୍ତି। ବାହନ କିଣିବା ଲାଗି ଦିନଟି ଶୁଭ।

ମକର: ଆପଣଙ୍କ ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ। ବ୍ୟବସାୟରେ ଉନ୍ନତି ନୂଆ ମାର୍ଗ ଖୋଲିବ। ବିବାହିତ ଜୀବନସାଥୀଙ୍କୁ ଅଧିକରୁ ଅଧିକ ସମୟ ଦିଅନ୍ତୁ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।  

କୁମ୍ଭ: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅନ୍ୟମାନଙ୍କ ସହ କଥା କହିବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ। ଜୀବନସାଥୀ ଆପଣଙ୍କ ପ୍ରତି ଖୁସି ରହିବେ। ବିଦ୍ୟାର୍ଥୀଙ୍କର ପାଠପଢ଼ାରେ ମନ ଲାଗିବ।

ମୀନ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗକୁ ଢ଼ଳି ରହିବ। କୌଣସି ପାଖଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିବେ। ଭଲ ଉଦ୍ୟୋଗରେ ସାକ୍ଷାତକାର ପାଇଁ ଖବର ଆସିବ। ପ୍ରେମ ଜୀବନ ଭଲ ରହିବ। ‌