Horoscope 2026 February 06 : ଜାଣନ୍ତୁ ଆଜିର ରାଶିଫଳ

Advertisment

ଆଜିର ରାଶିଫଳରେ ମେଷରୁ ମୀନ ପର୍ଯ୍ୟନ୍ତ ୧୨ଟି ରାଶିର ଦୈନିକ ଭବିଷ୍ୟ ବିଷୟରେ ଜାଣନ୍ତୁ। କାର୍ଯ୍ୟ, ପ୍ରେମ, ବ୍ୟବସାୟ, ସ୍ବାସ୍ଥ୍ୟ ଓ ପାରିବାରୀକ ଜୀବନର ଶୁଭ-ଅଶୁଭ ଫଳ ଏଠାରେ ପାଇପାରିବେ।

ଆଜିର ରାଶିଫଳରେ ମେଷରୁ ମୀନ ପର୍ଯ୍ୟନ୍ତ ୧୨ଟି ରାଶିର ଦୈନିକ ଭବିଷ୍ୟ ବିଷୟରେ ଜାଣନ୍ତୁ। କାର୍ଯ୍ୟ, ପ୍ରେମ, ବ୍ୟବସାୟ, ସ୍ବାସ୍ଥ୍ୟ ଓ ପାରିବାରୀକ ଜୀବନର ଶୁଭ-ଅଶୁଭ ଫଳ ଏଠାରେ ପାଇପାରିବେ।

AJIRA RASIFALA

Horoscope today. Photograph: (sambad.in)

ମେଷ: ବ୍ୟବସାୟୀଙ୍କ ଲାଗି ଦିନଟି ଭଲ। ଆୟରେ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତିର ନିକଟତର ଥିଲେ ଅଧିକ ପରିଶ୍ରମ କରିବା ଦରକାର। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ।‌

ବୃଷ: ବ୍ୟବସାୟରେ ଅନୁଭବୀ ବ୍ୟକ୍ତିଙ୍କ ମତ ଆପଣଙ୍କ କାମ କରିବାର ନିୟମ ଶିଖାଇବ। ଶିକ୍ଷକ କୌଣସି ଜରୁରୀ ଆଲୋଚନାରେ ଯୋଗ ଦେବେ। ଜୀବନସାଥୀ ସହ ଭଲ ତାଳମେଳ ରହିବ। ‌

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସବୁ କାମ ସହଜରେ ପୂରା ହୋଇଯିବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ରାଜନୀତିରେ ସଫଳତା ପାଇବେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। 

କର୍କଟ: ଭାଗୀଦାରିରେ ବ୍ୟବସାୟ କରିବା ପୂର୍ବରୁ ମୁରବିଙ୍କର ଅନୁମତି ନିଅନ୍ତୁ। ଅଫିସରେ କୌଣସି କଥାକୁ ନେଇ ସହକର୍ମୀଙ୍କ ସହ ତର୍କବିତର୍କ ହୋଇପାରେ। ମନର କୌଣସି କଥା ଜୀବନସାଥୀଙ୍କୁ କହିବେ। 

ସିଂହ: ଡ଼ାକ୍ତରଙ୍କ ଲାଗି ଦିନଟି ଶକ୍ତିରେ ପରିପୂର୍ଣ୍ଣ ରହିବ। ସମସ୍ତଙ୍କ ସହିତ ବନ୍ଧୁତାପୂର୍ଣ୍ଣ ବ୍ୟବହାର କରନ୍ତୁ ଆପଣଙ୍କର ସମ୍ମାନ ବଢ଼ିବ। ରାଜନୀତିକ ଲୋକ ନୂଆ କାମ କରିବା ଲାଗି ଉତ୍ସୁକ ହେବେ। 

କନ୍ୟା: ସମ୍ବନ୍ଧରେ ଲାଗି ରହିଥିବା ଭୁଲ୍ ଧାରଣା ଦୂର ହେବ। ଚାକିରିଜୀବୀଙ୍କ ଲାଗି ଉନ୍ନତିର ନୂଆ ରାସ୍ତା ଖୋଲିବ। କମ୍ ପରିଶ୍ରମରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ। 

ତୁଳା: କଲେଜରେ ନୂଆ ସାଙ୍ଗ ଗଢ଼ିବା ଯୋଗୁଁ ଭଲ ଉପାୟ ପ୍ରସ୍ତୁତ କରିବେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ନିଜ ଲୋକଙ୍କ ପ୍ରତି ଆପଣଙ୍କର ପ୍ରେମ ବଢ଼ିବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। 

ବିଛା: ଲୋକମାନଙ୍କ ମଧ୍ୟରେ ଆପଣଙ୍କ ବ୍ୟବହାରର ପ୍ରଶଂସା ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଅଚାନକ ଖୁସି ଖବର ପାଇବେ। ଜମି ସଂପର୍କିୟ କାମ ସଂପୂର୍ଣ୍ଣ ହୋଇଯିବ।‌

ଧନୁ: ଦିନଟି ବହୁତ ଶୁଭ ରହିବ। ଆପଣଙ୍କର କୌଣସି ନିର୍ଣ୍ଣୟରେ ପରିବାର ଲୋକ ସହଯୋଗ କରିବେ। ଦୋକାନଦାରଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ବେକାରଙ୍କ ଲାଗି ଚାକିରିର ସୁଯୋଗ ରହିଛି। 

ମକର: କିଛି ବିଶେଷ କାର୍ଯ୍ୟ କରିବା ଲାଗି ଭଲ ଦିନଟିଏ। କୌଣସି ଖୁସି ଖବର ପାଇବେ। ଜମି ଦଲାଲଙ୍କର କୌଣସି ବଡ଼ ଡ଼ିଲ୍ ଫାଇନାଲ ହୋଇଯିବ। ମାଆ ନିଜର ପିଲାମାନଙ୍କୁ ଶିଷ୍ଟାଚାର ଶିଖାଇବେ। 

କୁମ୍ଭ: ସବୁ ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବେ। ଆପଣଙ୍କ ପିଲା ବ୍ୟବସାୟରେ ପୂରା ସହଯୋଗ କରିବେ। ସରକାରୀ ଚାକିରିଆ କାମରେ ବ୍ୟସ୍ତ ରହିବେ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। 

ମୀନ: ନୂଆ କାମରେ ଭାଗ୍ୟର ପୂରା ସହଯୋଗ ପାଇବେ। ଲେଖକ କୌଣସି ନୂଆ ପୁସ୍ତକ ଲେଖି ପାରନ୍ତି। ଅଫିସରେ ତଳିଆ କର୍ମଚାରୀଙ୍କ ସହଯୋଗ ପାଇବେ। ପରିବାରର ଦାୟିତ୍ବ ଭଲଭାବେ ବୁଝିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe