ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: ଦିନଟି ନିଶ୍ଚିତରୂପେ ଫଳଦାୟୀ ହେବ। ଅଫିସ କାମରେ ବାହାରକୁ ଯିବେ। କୌଣସି ବନ୍ଧୁ ସହ ସାକ୍ଷାତ ହୋଇପାରେ। ଡ଼ାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। କୌଣସି ସମ୍ମାନିତ ଲୋକଙ୍କ ସହ ମିଶିବାର ମଉକା ପାଇବେ। 

ବୃଷ: ଅଧୁରା କାମ ସଂପୂର୍ଣ୍ଣ ହେବ। ଅଫିସରେ ପ୍ରତିଯୋଗିତା ଭଳି ସ୍ଥିତି ଉତ୍ପନ୍ନ ହୋଇପାରେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ଜୀବନସାଥୀ ଆପଣଙ୍କ ବିଚାରରେ ପ୍ରଭାବିତ ହେବେ। ‌ 

ମିଥୁନ: ପେସାଦାର ବ୍ୟବସାୟୀ ଧନଲାଭର ସୁଯୋଗ ପାଇବେ। ପାଖଲୋକ ଠାରୁ ଭଲ ଖବର ପାଇବେ। ପାରିବାରିକ ସମ୍ବନ୍ଧ ଆହୁରି ମଜଭୁତ ହେବ। ବେକାରଙ୍କ ଲାଗି ଚାକିରିର ସୁଯୋଗ ଆସିବ। ‌ 

କର୍କଟ: ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ। ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଲୋକମାନଙ୍କ ସହ ତାଳମେଳ ରଖିବାର ଆବଶ୍ୟକତା ଅଛି। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ। 

ସିଂହ: ଘରେ ଧାର୍ମିକ କାର୍ଯ୍ୟ କରିବା ପାଇଁ ଯୋଜନା କରିବେ। କାହାରିକୁ କୌଣସି କଥା ବୁଝାଇବାରେ ଭୁଲ୍ ‌ହୋଇପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। 

କନ୍ୟା: ଆପଣ ପ୍ରସ୍ତୁତ କରିଥିବା ଯୋଜନା ସଫଳ ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ଅଫିସରେ କାମ ସଂପୂର୍ଣ୍ଣ କରିବାରେ ସମୟ ଲାଗିବ। ଭ୍ରମଣ ସୁଖ ରହିଛି। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। 

ତୁଳା: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ଯାହା ବି କାମ କରିବେ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ ହେବ। ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢ଼ିବ। ଆପଣଙ୍କର କେହି ନୂଆ ବନ୍ଧୁ ହୋଇପାରନ୍ତି। 

ବିଛା: ଜୀବନସାଥୀ ସବୁ ପ୍ରକାରରେ ଆପଣଙ୍କୁ ସାହାଯ୍ୟ କରିବେ। ଆପଣଙ୍କ ଧ୍ୟାନ ଧାର୍ମିକ କାର୍ଯ୍ୟରେ ରହିବ। ବ୍ୟବସାୟୀ ନିଜ ମତରେ ଅନ୍ୟମାନଙ୍କୁ ସହମତ କରାଇନେବେ। ପ୍ରେମ ଯୁଗଳ ବାହାରକୁ ବୁଲି ଯିବେ। 

ଧନୁ: କୌଣସି ନୂଆ ସୁଯୋଗ ପାଇଁ ପ୍ରସ୍ତୁତ ରହିବେ। ସ୍କୁଲ ଶିକ୍ଷକ ନିଜ କାମରେ ଖୁସି ରହିବେ। ମୁସ୍କିଲ ପରିସ୍ଥିତିରେ ବନ୍ଧୁର ସାହାଯ୍ୟ ପାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। 

ମକର: ଲେଖକ ଓ କଳାକାର ଲାଗି ସମୟ ଅନୁକୂଳ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ବେପାର ବଢ଼ାଇବା ପାଇଁ ନୂଆ ଯୋଜନା କରିବେ। ଅଧିକାରବର୍ଗ ଆପଣଙ୍କ କାମରେ ଖୁସି ହେବେ। ପୁରୁଣା ବନ୍ଧୁ ଆପଣଙ୍କ ଫୋନ କରିବେ। 

କୁମ୍ଭ: ଆପଣଙ୍କର ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରହିବେ। ଆପଣଙ୍କ ଚେଷ୍ଟାରେ ସକାରାତ୍ମକ ଫଳ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ସହିତ ସମୟ ଅତିବାହିତ କରିବେ। 

ମୀନ: କାର୍ଯ୍ୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ନୂଆ ମୋଟର ଯାନ କିଣିବା ଲାଗି ଯୋଜନା କରିପାରନ୍ତି। ବ୍ୟବସାୟରେ ପୁଞି ଲଗାନ୍ତୁ ଆପଣଙ୍କୁ ଦିଗୁଣା ଲାଭ ହେବ। ସମ୍ବନ୍ଧରେ ମଧୁରତା ଆସିବ।

horoscope  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe