ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

Advertisment

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ୟଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ୟଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: କୌଣସି ଜଟିଳ ମାମଲାର ସମାଧାନ ବାହାରିବ। କୃଷିକ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ। ଅଫିସରେ କୌଣସି ସହକର୍ମୀଙ୍କୁ ସାହାଯ୍ୟ କରିବେ। ବିଦ୍ୟାର୍ଥୀଙ୍କୁ ଶିକ୍ଷକଙ୍କର ସହଯୋଗ ମିଳିବ।

ବୃଷ: ଆପଣଙ୍କର ଖୁସ୍ ମିଜାଜ ବ୍ୟବହାର ଲୋକମାନଙ୍କୁ ଆକର୍ଷିତ କରିବ। ଅର୍ଡ଼ର ସପ୍ଲାଇଙ୍କୁ ଲାଭ ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ‌

ମିଥୁନ: ଆପଣଙ୍କ ଭିତରେ ସକାରାତ୍ମକତା ଆସିବ। ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ପ୍ରେମ ଜୀବନ ଭଲ ରହିବ।

କର୍କଟ: ବେପାରୀଙ୍କ ଲାଗି ଦିନଟି ଭଲ। ଅଫିସରେ ଆପଣଙ୍କ କାମ ଦେଖି କତୃପକ୍ଷ ପଦୋନ୍ନତି ପାଇଁ ବିଚାର କରିବେ। ସନ୍ଧ୍ୟାରେ ଭାଇ ଭଉଣୀଙ୍କ ସହ ସମୟ ବିତିବ। କଳାଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

ସିଂହ: ଆପଣଙ୍କ ମନରେ ବିଶେଷ ବିଚାର ଆସିବ। ବ୍ୟବସାୟରେ କୌଣସି ବଡ଼ ସଫଳତା ପାଇବେ। କୋର୍ଟ କଚେରି ମାମଲାରେ କିଛି ବାଧା ଆସିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ।

କନ୍ୟା: ଆପଣଙ୍କର ଭାଗ୍ୟ ଦ୍ବାର ଖୋଲିବ। ପ୍ରତିଟି କାମରେ ଭଲ ପରିଣାମ ପାଇବେ। କୌଣସି ବଡ଼ ପ୍ରୋଜେକ୍ଟରେ ପୁଞି ଲଗାଇବା ପାଇଁ ଭାବୁଥିଲେ କୌଣସି ବୁଦ୍ଧିମାନ ବ୍ୟକ୍ତିଙ୍କ ମତ ନିଅନ୍ତୁ।

ତୁଳା: ନିଜ କାମ ଉପରେ ପୂରା ଧ୍ୟାନ କେନ୍ଦ୍ରିତ କରି ରଖନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ଲୋକ କୌଣସି ସମାରୋହକୁ ଯିବାର ମଉକା ପାଇବେ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ।

ବିଛା: ଛୋଟମୋଟ କାମରେ ସକାରାତ୍ମକ ଫଳ ପାଇବେ। କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହୋଇପାରେ। ଅନ୍ୟମାନଙ୍କ ଆଗରେ ନିଜର କଥା ସ୍ପଷ୍ଟଭାବେ କହି ପାରିବେ।

ଧନୁ: ଟଙ୍କା ପଇସା ମାମଲାରେ କାହାରି ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ପେସାଦାର ବ୍ୟବସାୟୀଙ୍କୁ ଭାଗ୍ୟର ପୂରା ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

ମକର: ପ୍ରଭୁ ଜଗନ୍ନାଥଙ୍କ ଆରାଧନାରେ ମନ ଲଗାଇବେ। ରାଜନୀତିକ ଲୋକଙ୍କର ସାମାଜିକ ପ୍ରତିଷ୍ଠା ବଢ଼ିବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କର ପଦୋନ୍ନତି ହୋଇପାରେ।

କୁମ୍ଭ: କାହାରି ଅଧିକ ଆଲୋଚନା କରନ୍ତୁ ନାହିଁ। ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ। ସନ୍ତାନ ପକ୍ଷରୁ ସୁଖଦ ଖବର ମିଳିବାର ଯୋଗ ଅଛି। ନୂଆ ଜମି କିଣିବାକୁ ମନସ୍ଥ କରିବେ। ଦାମ୍ପତ୍ୟ ଜୀବନ ଭଲ ରହିବ।

ମୀନ: ନିତିଦିନିଆ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଆପଣଙ୍କର ନୂଆ କୌଶଳ ଆପଣଙ୍କ ବ୍ୟବସାୟକୁ ଆଗକୁ ବଢ଼ାଇବ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଶୁଭ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe