ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

Advertisment

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: କୌଣସି ଆହ୍ବାନକୁ ସହଜରେ ସମାଧାନ କରିପାରିବେ। ଜରୁରୀ କାମରେ ଭଉଣୀ ଆପଣଙ୍କୁ ସାହାଯ୍ୟ କରିବାକୁ କହିବେ। ପଡ଼ୋଶୀଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ।

ବୃଷ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ସମାପ୍ତ ହେବ। କାରବାରରେ ଲାଗି ରହିଥିବା ବାଧା ଦୂର ହେବ। ଘରକୁ କୌଣସି ବନ୍ଧୁ ଆସି ପାରନ୍ତି।

ମିଥୁନ: ଅଫିସରେ କାମର ବୋଝ ଅଧିକ ରହିବ। ଧୀଶକ୍ତି ବଳରେ ସବୁ ପ୍ରକାର ସ୍ଥିତିକୁ ସମ୍ଭାଳି ନେବେ। ଜୀବନସାଥୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ଛାତ୍ରଛାତ୍ରୀ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ।

କର୍କଟ: ମାନସିକ ରୂପେ ପ୍ରସନ୍ନତା ବଜାୟ ରହିବ। ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ପ୍ରେମୀ ଯୁଗଳଙ୍କ ଲାଗି ଭଲ ଦିନଟିଏ। ଡ଼ାକ୍ତରୀ ଛାତ୍ରଙ୍କୁ ବରିଷ୍ଠ ଡ଼ାକ୍ତରଙ୍କ ସହ କାମ କରିବାର ଅବସର ମିଳିବ।

ସିଂହ: ଆପଣଙ୍କର ସବୁ କାମ ନିଜେ କରିବାକୁ ଚେଷ୍ଟା କରନ୍ତୁ। ଘରର ବାତାବରଣ ଠିକ୍ ରହିବ। ସିମେଣ୍ଟ ବେପାରୀଙ୍କ ଲାଗି ଦିନଟି ଭଲ। କୌଣସି ବନ୍ଧୁ ଆପଣଙ୍କ ସହ ମିଶିବାକୁ ଆସିବେ।

କନ୍ୟା: ସକାରାତ୍ମକ ଭାବନା ଘେନି ଆଗକୁ ବଢ଼ିବେ। ଦୋକାନଦାରଙ୍କୁ ଯଥେଷ୍ଟ ଲାଭ ମିଳିବ। ଆପଣଙ୍କ ଯୋଜନା ଅନ୍ୟମାନଙ୍କୁ ଜଣାନ୍ତୁ ନାହିଁ। ପରିବାରରେ ଖୁସିର ବାତାବରଣ ରହିବ।

ତୁଳା: ଆପଣଙ୍କର ଶକ୍ତି ଭଲ କାମରେ ଲଗାଇ ପାରନ୍ତି। ବ୍ୟବସାୟରେ ଧନଲାଭ ହେବ। ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ବଡ଼ ଭାଇ ଭଉଣୀଙ୍କ ସମ୍ବନ୍ଧ ମଜଭୁତ ହେବ।

ବିଛା: ନିଜର ସାମର୍ଥ୍ୟରେ କାମକୁ ସରଳତାପୂର୍ବକ ପୂରା କରିନେବେ। ବିରୋଧୀମାନଙ୍କ ପ୍ରତି ସାବଧାନ ରୁହନ୍ତୁ। ସମ୍ବନ୍ଧରେ ସୁଧାର ଆଣିବା ଲାଗି ଭଲ ଦିନଟିଏ। ଛାତ୍ରଙ୍କର ମନ ଉପନ୍ୟାସ ପଢ଼ିବାରେ ରହିବ।

ଧନୁ: ନିଜର ଜୀବନଶୈଳୀରେ ପରିବର୍ତ୍ତନ ଆଣନ୍ତୁ। ପାରିବାରିକ ବିଷୟରେ ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। କୌଣସି ବଡ଼ ସୁଯୋଗ ମିଳିବା ଯୋଗୁଁ ଧନଲାଭ ହୋଇପାରେ। ‌

ମକର: ବାପାଙ୍କ କହିବା ମାର୍ଗରେ ଚାଲନ୍ତୁ ସଫଳତା ନିଶ୍ଚୟ ପାଇବେ। ବ୍ୟବସାୟରେ ଭଲ ସୁଯୋଗ ପାଇବେ। ସନ୍ଧ୍ୟା ସୁଦ୍ଧା କୌଣସି ସମାରୋହରେ ସାମିଲ ହୋଇପାରନ୍ତି। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

କୁମ୍ଭ: କାମ ପାଇଁ ଅଧିକ ଯାଆସ କରିବେ। ଦୀର୍ଘ ଦିନର ସ୍ଥଗିତ ଥିବା ସରକାରୀ କାମ ପୂରା ହୋଇଯିବ। ପରିବାର ସହ ମଧ୍ୟାହ୍ନ ଭୋଜନର ଆନନ୍ଦ ଉପଭୋଗ କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ। ‌

ମୀନ: କିଛି ନୂଆ ଓ ସକାରାତ୍ମକ କାମ କରିବାକୁ ଭାବିବେ। କ୍ଷୁଦ୍ର ଉଦ୍ୟୋଗୀଙ୍କ ଲାଗି ଦିନଟି ଭଲ। କୋର୍ଟ କଚେରି ଲାଗି ରହିଥିବା ମକଦ୍ଦମାର ସମାଧାନ ବାହାରିବ। ପତି ପତ୍ନୀଙ୍କ ମଧ୍ୟରେ ସମ୍ବନ୍ଧ ମଧୁର ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe