ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

Advertisment

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: ଚାଲେଞକୁ ଦୃଢ଼ଭାବେ ମୁକାବିଲା କରନ୍ତୁ। ଚାକିରିରେ କିଛି ପରିବର୍ତ୍ତନ ବା ବଦଳି ହୋଇପାରନ୍ତି। ବେପାରରେ ଲାଭ ହେବ। ସପରିବାର ଧର୍ମାନୁଷ୍ଠାନକୁ  ଯିବା ପାଇଁ ଯୋଜନା କରିପାରନ୍ତି। ‌

ବୃଷ: ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ। ଅନ୍ୟମାନଙ୍କ କାମରେ ନିଜର ମତ ଦିଅନ୍ତୁ ନାହିଁ। ଘରକୁ କୌଣସି ନୂଆ ବନ୍ଧୁର ଆଗମନ ହେବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ‌

ମିଥୁନ: କୌଣସି ପୂର୍ବ କଥାକୁ ନେଇ ଚିନ୍ତିତ ରହିବେ। ପାରିବାରିକ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଉପାର୍ଜନ ଲାଗି ଭଲ ସୁଯୋଗ ପାଇବେ। ମହିଳାଙ୍କ ଲାଗି ଭଲ ଦିନଟିଏ। ‌

କର୍କଟ: ଆପଣଙ୍କର ସବୁ ଇଚ୍ଛା ପୂରଣ ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ସଙ୍ଗୀତରେ ରୁଚି ରଖୁଥିବା ଲୋକଙ୍କୁ ଭଲ ଗୁରୁ ମିଳିବ। ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ। ‌

ସିଂହ: ପରୋପକାର କାର୍ଯ୍ୟରେ ସମୟ ଦେବେ। ଜମିରେ ନିବେଶ ଲାଗି ଭଲ ଦିନଟିଏ। ଆପଣଙ୍କ ପିଲା ବ୍ୟବସାୟ କାମରେ ସହଯୋଗ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ ବହୁତ ଭଲ କରିବେ। ‌

କନ୍ୟା: ଆପଣଙ୍କ ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ। ବହୁ ଦିନର ଆଶା ପୂରଣ ହେବ। ପ୍ରସାଧନ ଦୋକାନୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ତୁଳା: ବ୍ୟବସାୟୀଙ୍କୁ ଆଶା ଠାରୁ ଅଧିକ ଲାଭ ହେବ। ସ୍ବଭାବରେ ଟିକେ ବିରକ୍ତି ରହିବ। ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ପ୍ରେମୀ ଯୁଗଳଙ୍କ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ।

ବିଛା: ନୂଆ କାମରେ ରୁଚି ବଢ଼ିବ। ସରକାରୀ ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ। ସାମାଜିକ ପରିସର ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ରଙ୍କୁ କୌଣସି ଭଲ ଖବର ମିଳିବ।

ଧନୁ: ସେମାନଙ୍କ ସହିତ ସମୟ ଅତିବାହିତ କରନ୍ତୁ ଯେଉଁମାନେ ଆପଣଙ୍କୁ ପ୍ରୋତ୍ସାହିତ କରନ୍ତି। ଅଫିସରେ ଅଧିକ ସମୟ ପରିଶ୍ରମ କଲେ ବାକିଥିବା କାମ ପୂରା ହୋଇଯିବ। ପ୍ରେମ ଜୀବନ ଭଲ ରହିବ।

ମକର: ଆପଣଙ୍କ ରାସ୍ତାରେ ଲାଗି ରହିଥିବା ବାଧା ଦୂର ହେବ। ସନ୍ଧ୍ୟା ସୁଦ୍ଧା କୌଣସି ଭଲ ଖବର ପାଇବେ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଦାମ୍ପତ୍ୟ ଜୀବନରେ ପ୍ରସନ୍ନତା ରହିବ।

କୁମ୍ଭ: ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଅନ୍ୟମାନଙ୍କର ସମସ୍ୟା ବୁଝିବାକୁ ଚେଷ୍ଟା କରନ୍ତୁ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଉପାର୍ଜନ ମିଳିବ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

ମୀନ: ପୂଜାପାଠରେ ସମୟ ବିତିବ। ପଡ଼ୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢ଼ାଇବେ। ବ୍ୟବସାୟରେ ଆଶା ଠାରୁ ଅଧିକ ଲାଭ ପାଇବେ। ପ୍ରେମି ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe