ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: ନିଜକୁ ଲୋକଙ୍କ ନଜରରେ ବଢ଼ିଆ ପ୍ରମାଣିତ କରିପାରିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଇଂଜିନିୟର ଛାତ୍ରଙ୍କ ଲାଗି ଦିନଟି ଭଲ।

ବୃଷ: କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ଯାହା ଦ୍ବାରା ଭବିଷ୍ୟତ ଜୀବନ ଉଜ୍ଜ୍ବଳମୟ ହେବ। ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମିଥୁନ: ପ୍ରତିଟି କାମରେ ମନ ଲାଗିବ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ।

କର୍କଟ: କାରବାର ବୃଦ୍ଧି ଲାଗି ଦିନଟି ଭଲ। ବିରୋଧୀମାନେ କ୍ଷତି ପହଞ୍ଚାଇବା ପାଇଁ ବଫଳ ପ୍ରୟ‌ାସ କରିବେ। ଅଫିସ କାମରେ ଚିନ୍ତା କମ୍ ରହିବ। ନୂଆ ସଂପର୍କ ଗଢ଼ିବା ପାଇଁ ଦିନଟି ଭଲ।

ସିଂହ: କାର୍ଯ୍ୟକ୍ଷେତ୍ରରେ ବୃଦ୍ଧି ଲାଗି ଦିନଟି ଭଲ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ। ସୁସମ୍ବାଦ ପାଇବେ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ।

କନ୍ୟା: ନୂଆ କାମ କରିବା ପାଇଁ ଦିନଟି ବହୁତ ଭଲ। ଲୁଗା ବ୍ୟବସାୟୀ ଯଥେଷ୍ଟ ଲାଭ ପାଇବେ। ପାରିବାରିକ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀଙ୍କର ଅଧ୍ୟୟନରେ ମନ ଲାଗିବ।

ତୁଳା: ବ୍ୟବସାୟୀ କିଛି ନୂଆ ଯୋଜନା ତିଆରି କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ। କତୃପକ୍ଷ ଆପଣଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇପାରନ୍ତି। ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି।

ବିଛା: ମସ୍ତିଷ୍କରେ ଘୂରି ବୁଲୁଥିବା ନକାରାତ୍ମକ ଚିନ୍ତା ସମାପ୍ତ ହୋଇଯିବ। ଶୁଭ ଖବର ମିଳିବା ଯୋଗ ରହିଛି। ଆୟରେ ବୃଦ୍ଧି ହେବ। ଅଫିସରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ।

ଧନୁ: ଶାରୀରିକ ଓ ମାନସିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ବ୍ୟବସାୟରେ ତୁରନ୍ତ ଫଇସଲା ଲାଭପ୍ରଦ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ।

ମକର: କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯିବେ। ଅଫିସରେ କାମର ବୋଝ ବଢ଼ିପାରେ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ ଅପେକ୍ଷା ରହିବ। ଶରୀର ସୁସ୍ଥ ରଖିବା ଲାଗି ଖର୍ଚ୍ଚ କରିବେ।

କୁମ୍ଭ: ଧୈର୍ଯ୍ୟଧରି କାମ କରନ୍ତୁ ସଫଳ ହେବେ। ଅଫିସରେ କୌଣସି କଥାକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ଠିକ୍ କରିବେ। ଗୃହିଣୀଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ।

ମୀନ: ଲକ୍ଷ୍ୟ ପ୍ରତି ଗମ୍ଭୀରତାର ସହ ପ୍ରୟାସ କରନ୍ତୁ ସଫଳ ହେବେ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଖେଳାଳୀଙ୍କର ପ୍ରଦର୍ଶନ ଭଲ ରହିବ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ହେବ।

horoscope 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe