ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: ଅଧୁରା କାମ ସଂପୂର୍ଣ୍ଣ ହେବ। ଧନଲାଭ ପାଇଁ କିଛି ନୂଆ ସୁଯୋଗ ପାଇବେ। ଫିଲ୍ମ କାଳକାରଙ୍କ ଲାଗି ଭଲ ଦିନଟିଏ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।

ବୃଷ: ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ହେବ। ବେକାରଙ୍କୁ ରୋଜଗାରର ଅବସର ମିଳିବ। ଘରେ କୌଣସି ଧର୍ମକାର୍ଯ୍ୟ ଆୟୋଜନ କରିପାରନ୍ତି। ‌

ମିଥୁନ: ଜୀବନରେ ନୂଆ ଲକ୍ଷ୍ୟ ହାସଲ କରିବେ। ସଙ୍ଗୀତ ନିର୍ଦେଶକ ଓ କଣ୍ଠଶିଳ୍ପୀଙ୍କୁ ପ୍ରସିଦ୍ଧି ମିଳିବ। ଆପଣ କରିଥିବା ସାମାଜିକ କାର୍ଯ୍ୟ ପାଇଁ ଆପଣଙ୍କୁ ସମ୍ମାନିତ କରାଯାଇପାରେ।‌

କର୍କଟ: ସାରାଦିନ ମନରେ ପ୍ରସନ୍ନତା ରହିବ। ସରାକାରୀ ଚାକିରିଆଙ୍କୁ ସହକର୍ମୀଙ୍କ ସାହାଯ୍ୟ ମିଳିବ। ଜମି ଦଲାଲଙ୍କୁ ଆଶା ଠାରୁ ଅଧିକ ଧନଲାଭ ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ସିଂହ: ଲେଖକଙ୍କ ବିଚାରର ସମ୍ମାନ ହେବ। ପରିବାରରେ ହସଖୁସିର ପରିବେଶ ରହିବ। ଘରକୁ ଅନ୍ତରଙ୍ଗ ବନ୍ଧୁ ଆସି ପାରନ୍ତି। ସାମାଜିକ ସଂଗଠନ କ୍ଷେତ୍ରରେ ଥିବା ଲୋକଙ୍କୁ ସମାଜରେ ପଦ ଓ ପ୍ରତିଷ୍ଠା ମିଳିବ।

କନ୍ୟା: ଆପଣଙ୍କ ମନ ଆନନ୍ଦିତ ରହିବ। ଦୀର୍ଘ ଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟାର ଅନ୍ତ ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ।

ତୁଳା: ଆପଣ ଚିନ୍ତା ମୁକ୍ତ ରହିବେ। ଚାକିରିଜୀବୀ ମାନଙ୍କୁ ଆର୍ଥିକ ଲାଭ ହେବାର ସମ୍ଭାବନା। ନୂଆ କାମରେ ରୁଚି ବଢ଼ିବ। କୋର୍ଟ କଚେରି ମାମଲାରେ ଆପଣ ଜିତିବେ। ବାଣିଜ୍ୟ ଛାତ୍ରଙ୍କୁ କିଛି ନୂଆ ଶିଖିବାକୁ ମିଳିବ।

ବିଛା: କୌଣସି ବନ୍ଧୁର ପରାମର୍ଶ ଆପଣଙ୍କୁ ପସନ୍ଦ ଆସିବ। ବ୍ୟବସାୟରେ ଆର୍ଥିକ ଲାଭ ହୋଇପାରେ। ଘର କାମରେ ବଡ଼ ଭାଇଙ୍କ ସାହାଯ୍ୟ ପାଇବେ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।

ଧନୁ: ଚିନ୍ତା ମୁକ୍ତ ରହିବେ। ବଡ଼ଙ୍କ ପରାମର୍ଶ ନିଅନ୍ତୁ ଅଧୁରା ଥିବା କାମ ପୂରା ହେବ। ବ୍ୟବସାୟରେ ବଢ଼ାଇବା ପାଇଁ ନୂଆ ଯୋଜନା କରିବେ। ବିବାହିତ ଲୋକଙ୍କୁ ବିବାହ ସୁଖ ମିଳିବ।

ମକର: ଭାବିଥିବା କାମ ଜଲଦି ସଂପୂର୍ଣ୍ଣ କରିଦେବେ। ଅନ୍ୟମାନେ କଥା କହୁଥିବା ବେଳେ ବଢ଼ାଇ କରି କିଛି କହନ୍ତୁ ନାହିଁ। ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ବହୁତ ଭଲ। ‌

କୁମ୍ଭ: ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ଉଚ୍ଚ ପଦବି ମିଳିପାରେ। ଅଫିସରେ ଅଧସ୍ତନ କର୍ମଚାରୀଙ୍କର ସହଯୋଗ ପାଇବେ। ଜମିରେ ନିବେଶ କରନ୍ତୁ, ଯଥେଷ୍ଟ ଲାଭ ପାଇବେ। ‌

ମୀନ: ବ୍ୟବସାୟ ମାନ୍ଦା ଧରିପାରେ। ଆର୍ଥିକ ସ୍ଥିତି ଚିନ୍ତାଜନକ ହେବ। ଅଫିସରେ ପରିବେଶ ମିଶ୍ରିତ ରହିବ। ସହକର୍ମୀଙ୍କ ସହ କଥା କଟାକଟି ହୋଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ‌

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe