ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: ଆପଣ ପ୍ରସ୍ତୁତ କରିଥିବା ଯୋଜନା ସଫଳ ହେବ। ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ ପ୍ରସନ୍ନ ହେବେ। ସାମାଜିକ କାର୍ଯ୍ୟରେ ସମୟ ଦେବେ। ପ୍ରେମ ଜୀବନ ପ୍ରୀତିକର ଓ ଆନନ୍ଦମୟ ରହିବ। 

ବୃଷ: ଦିନଟି ବହୁତ ଶୁଭ ରହିବ। ଆପଣଙ୍କର କୌଣସି ନିର୍ଣ୍ଣୟରେ ପରିବାର ଲୋକ ସହଯୋଗ କରିବେ। ବେପାରରେ ଉନ୍ନତି ହେବ। ଲେଖକଙ୍କୁ ଖ୍ୟାତି ମିଳିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ। 

ମିଥୁନ: ବେପାର ଉଦ୍ୟୋଗରେ ଲାଭ ହେବ। କୌଣସି କାମରେ ଦୂରସ୍ଥାନକୁ ଯାଇପାରନ୍ତି। କୌଣସି ଖୁସି ଖବର ପାଇବେ। କ୍ୟାରିୟରରେ ଆପଣ ନିଜ ଗୁରୁର ସହଯୋଗ ପାଇବେ। 

କର୍କଟ: ପାରିବାରିକ ଜୀବନରେ କିଛି ପରିବର୍ତ୍ତନ ଆସିପାରେ। ଆପଣ ନିଜ ବନ୍ଧୁ ଠାରୁ ଭଲ ପରାମର୍ଶ ପାଇବେ। ସାମାଜିକ କ୍ଷେତ୍ରରେ ମାନ ସମ୍ମାନ ବଢ଼ିବ। ସରାକାରୀ ଚାକିରିଆ କାମରେ ବ୍ୟସ୍ତ ରହିବେ। 

ସିଂହ: ବ୍ୟବସାୟରେ ଯଥେଷ୍ଟ ବୃଦ୍ଧି ହେବ। ଚାକିରିରେ ପଦୋନ୍ନତି ମିଳିବା ଯୋଗୁଁ ପ୍ରସନ୍ନ ରହିବେ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ଭଲ। 

କନ୍ୟା: ବ୍ୟବସାୟୀଙ୍କ ଲାଗି ଦିନଟି ବହୁତ ଭଲ। ହଜମ ଜନିତ ସମସ୍ୟାରୁ ଆରାମ ପାଇବେ। ବନ୍ଧୁମାନଙ୍କ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ପ୍ରତିଯୋଗୀ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ। 

ତୁଳା: ଆପଣଙ୍କ ମନରେ ସକାରାତ୍ମକତା ରହିବ। କାମ ପାଇଁ କୌଣସି ବଡ଼ ନିଷ୍ପତ୍ତି ନେବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କର ଉନ୍ନତି ହେବ। ଜୀବନସାଥୀ ସହ ଭଲ ତାଳମେଳ ବଜାୟ ରହିବ। 

ବିଛା: ମାତା ପିତାଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିରକୁ ଯିବେ। ଅଧୁରା କାମ ସଂପୂର୍ଣ୍ଣ କରିବା ଲାଗି ଭଲ ଯୋଗ ରହିଛି। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି। 

ଧନୁ: ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ନୂଆ ବିଚାର ସହ କୌଣସି କୌଣସି ବିଶେଷ କାର୍ଯ୍ୟ ଆରମ୍ଭ କରିପାରନ୍ତି। ତେଜରାତି ବ୍ୟବସାୟୀ ଆଶାତୀତ ଲାଭ ପାଇବେ। ପ୍ରେମ ଜୀବନ ମଧୁର ହେବ। 

ମକର: ଜୀବନସାଥୀର ସହଯୋଗ ଆପଣଙ୍କ ଅଶାନ୍ତିକୁ କମ୍ କରାଇବ। କୌଣସି କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଅଧିକାରୀଙ୍କୁ ଆପଣଙ୍କ ମତ ପସନ୍ଦ ହେବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। 

କୁମ୍ଭ: ଧନଲାଭର ନୂଆ ମାର୍ଗ ଦୃଷ୍ଟିଗୋଚର ହେବ। ବ୍ୟବସାୟକୁ ଅନ୍ୟ କୌଣସି ଜିଲ୍ଲାରେ ବିସ୍ତାର କରିବା ଲାଗି ଭାବିବେ। ଓକିଲଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ। ଛାତ୍ର ଲେଖାପଢ଼ାରେ ଧ୍ୟାନ ଦେବେ। 

ମୀନ: ଜୀବନସାଥୀ ସହଯୋଗରେ ଆପଣଙ୍କର କୌଣସି କାମ ସଂପୂର୍ଣ୍ଣ ହୋଇପାରେ। ସଂଚାର କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ଘର ପାଇଁ ଦରକାରୀ ଜିନିଷ କିଣିବେ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। 
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe