ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ:-ଅଫିସରେ ଆପଣଙ୍କ ମତ ରଖିବାରେ ସୁଯୋଗ ପାଇବେ। ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହୋଇପାରେ। କୌଣସି ବିଶେଷ କାମରେ ଲାଭ ମିଳିବା ଯୋଗ ଅଛି। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ। 

ବୃଷ:-ପରିବାର ଲୋକଙ୍କର ଉତ୍ସାହ ବଜାୟ ରହିବ। ବାପାଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ। ଚାକିରିରେ ଉନ୍ନତି ଯୋଗ ଅଛି। ଛାତ୍ରଛାତ୍ରୀଙ୍କୁ ଲେଖାପଢ଼ାରେ ସଫଳତା ମିଳିବ। 

ମିଥୁନ:-କାରବାରରେ ଲାଭ ମିଳିବ। ଅଧିକାରୀ ସହ ବିଶେଷ କାର୍ଯ୍ୟକୁ ନେଇ କଥାବର୍ତ୍ତା କରିପାରନ୍ତି। ଆପଣଙ୍କ ଖୁସି ଉପରେ କାହାରି ନଜର ଲାଗିପାରେ। ଘର ସାମଗ୍ରୀ କିଣିବାରେ ଅଧିକ ଖର୍ଚ୍ଚ କରିବେ। 

କର୍କଟ:-ଜୀବନରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ଖୋଲିବ। ସ୍କୁଲ ଜୀବନର ସାଙ୍ଗ ସହିତ ଦେଖା ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ବୈବାହିକ ଜୀବନ ଖୁସି ଭରା ରହିବ। ‌

ସିଂହ:-ଆପଣଙ୍କ ମନ ରଚନାତ୍ମକ କାମରେ ଲାଗି ରହିବ। କାରବାରରେ ପୁଞି ଲଗାଇବା ପାଇଁ ଭାବିପାରନ୍ତି। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ। ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ସଂପୂର୍ଣ୍ଣ ଫଳ ମିଳିବ। 

କନ୍ୟା:-ଲୋକେ ଆପଣଙ୍କ କଥା ଶୁଣିବାକୁ ଉତ୍ସୁକ ରହିବେ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ବାଲ୍ୟବନ୍ଧୁ ସହ ଦେଖା ହେବ। କୌଣସି ନୂଆ ସୁଯୋଗ ମିଳିପାରେ। ପାରିବାରିକ ଜୀବନ ଶାନ୍ତିମୟ ହେବ। 

ତୁଳା:-ମହତ୍ବପୂର୍ଣ୍ଣ ଲୋକଙ୍କ ସହ ଯୋଗାଯୋଗ ହେବ। ନୂଆ ଦାୟିତ୍ବ ନେବାରେ ସଂକୋଚ କରିପାରନ୍ତି। ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷାର ପ୍ରସ୍ତୁତ ପାଇଁ ଇଚ୍ଛୁକ ହେବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ। ‌ 

ବିଛା:-ଆପଣଙ୍କ କାର୍ଯ୍ୟସୂଚୀ ପରିବର୍ତ୍ତନ କରିପାରନ୍ତି। କୌଣସି ବିଷୟରେ ଭାବୁକ ହେବେ। ଆର୍ଥିକ ସ୍ଥିତିରେ ପ୍ରଗତି ହେବ। ବିବାହିତ ଲୋକଙ୍କ ଲାଗି ଦିନଟି ଅବିସ୍ମରଣୀୟ ରହିବ।  

ଧନୁ:-ଆପଣ ନିଜର ଆତ୍ମବିଶ୍ବାସର ଆନନ୍ଦ ନିଅନ୍ତୁ। ସାମାଜିକ କାର୍ଯ୍ୟ କରିବା ଲାଗି ଇଚ୍ଛା ହେବ। ଅଫିସରେ କୌଣସି କାମ ପାଇଁ ଆପଣଙ୍କୁ ସମ୍ମାନିତ କରାଯିବ। ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ ବଢ଼ିବ। 

ମକର:-ବ୍ୟବସାୟ କାମରେ ସହଯୋଗୀର ସାହାଯ୍ୟ ପାଇବେ। କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ସ୍ବାସ୍ଥ୍ୟ ଠିକ୍ ଓ ସତେଜ ରହିବ। କଳା କ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବାକୁ ଭାବିବେ। ‌ 

କୁମ୍ଭ:-ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ। ପାରିବାରିକ ବିବାଦ ଠାରୁ ଦୂରରେ ରୁହନ୍ତୁ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ। 

ମୀନ:-ଲକ୍ଷ୍ୟ ପୂରା କରିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। କତୃପକ୍ଷ ଆପଣଙ୍କୁ ଅଫିସ କାମରେ ଦୂରସ୍ଥାନକୁ ପଠାଇ ପାରନ୍ତି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe