ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: ପରିବାରରେ କୌଣସି ଲୋକଙ୍କ ସହ କଳହ ହୋଇପାରେ। କଳାକ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନ ମିଳିବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ‌

ବୃଷ: ପୂର୍ବରୁ କରି ଆସୁଥିବା କାମ ସଂପୂର୍ଣ୍ଣ ହୋଇଯିବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ନିକଟ ସଂପର୍କିୟଙ୍କର ପରାମର୍ଶ ନିଅନ୍ତୁ। କାରବାରରେ ଲାଗି ରହିଥିବା ଅବରୋଧ ଦୂର ହୋଇଯିବ। 

ମିଥୁନ: କୌଣସି କାମରେ ଭଲ ପ୍ରଦର୍ଶନ ଦେବା ପାଇଁ କିଛି ନୂଆ କରିବେ। ସାମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ ମାନ ସମ୍ମାନ ବଢ଼ିବ। ମହିଳା ଶିଳ୍ପୋଦ୍ୟୋଗୀଙ୍କୁ ଯଥେଷ୍ଟ ଲାଭ ମିଳିବ। ‌ 

କର୍କଟ: ବ୍ୟବସାୟରେ ପ୍ରଗତି ପାଇଁ ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ସୁଦୃଢ଼ ହେବ। ବୈବାହିକ ସମସ୍ୟାର ସମାଧାନ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ‌ 

ସିଂହ: ଇଂଜିନିୟର ନିଜ ଅନୁଭବର ପ୍ରୟୋଗ ସଠିକ୍ ଦିଶାରେ କଲେ ଯାଇ ସଫଳତା ପାଇବେ। ଆୟର ଉତ୍ସ ବଢ଼ିବ ଏବଂ ଆର୍ଥିକ ସ୍ଥିତି ସୁଧୁରିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦ ଦାୟକ ରହିବ। 

କନ୍ୟା: କୌଣସି କାମ କରିବା ପୂର୍ବରୁ ବିଚାର କରି ନିଅନ୍ତୁ ଭଲ ହେବ। ପରିବାର ଲୋକଙ୍କ ସହଯୋଗରେ କାମ ସଂପୂର୍ଣ୍ଣ କରିବାରେ ସଫଳ ହେବେ। ବେକାରଙ୍କ ଲାଗି ଚାକିରିର ସୁଯୋଗ ଆସିବ। ‌ 

ତୁଳା: ବନ୍ଧୁ ସହଯୋଗରେ ଅଧୁରା ଥିବା କାମ ସଂପୂର୍ଣ୍ଣ ହୋଇଯିବ। କୌଣସି ଭଲ ଖବର ଶୁଣିବେ। ଜମି ଦଲାଲଙ୍କ ଲାଗି ଦିନଟି ଲାଭଦାୟକ ରହିବ। ସ୍ବାସ୍ଥ୍ୟ ଠିକ୍ ରହିବ। ପ୍ରେମରେ ସଫଳତା ପାଇବେ। ‌ 

ବିଛା: ବ୍ୟକ୍ତିଗତ ସମସ୍ୟାର ସମାଧାନ ହୋଇଯିବ। କୌଣସି କାମ ସମ୍ବନ୍ଧରେ ଗଭୀର ଭାବେ ଚିନ୍ତା କରିପାରନ୍ତି। ଘର ଓ ଅଫିସ ପରିବେଶରେ ପ୍ରସନ୍ନତା ରହିବ। ଆପଣଙ୍କ ସହ ସବୁ କିଛି ଭଲ ହେବ। ‌ 

ଧନୁ: ଆପଣଙ୍କ ପ୍ରଗତିରେ ବାଧା ଆସିପାରେ। ନୂଆ କାମ ଆରମ୍ଭ କରିବା ଲାଗି ଭାବି ପାରନ୍ତି। ଆପଣଙ୍କ ଘରେ ଖୁସିର ଆଗମନ ହେବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ପାଇଁ ଦିନଟି ଭଲ।  ‌ 

ମକର: ନୂଆ କାମ ଆରମ୍ଭ କରନ୍ତୁ ଭାଗ୍ୟର ସହଯୋଗ ପାଇପାରିବେ। ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ହୋଇପାରନ୍ତି। ବ୍ୟବସାୟୀଙ୍କୁ ଧନଲାଭ ହେବ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ। 

କୁମ୍ଭ: ଆପଣଙ୍କ ଧ୍ୟାନ ଧର୍ମକାର୍ଯ୍ୟରେ ଲାଗି ରହିବ। ଚାକିରି ବ୍ୟବସାୟରେ ବିଶୃଙ୍ଖଳା ଦୂର ହେବ। ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ କାର୍ଯ୍ୟକ୍ଷେତ୍ରରେ ଆଗକୁ ବଢ଼ିବାର ସୁଯୋଗ ମିଳିବ। ‌‌

ମୀନ: ଆପଣଙ୍କର ସମୟ ପିଲାମାନଙ୍କ ସହିତ ବିତିବ। ପରିବାରରେ ଖୁସିର ମହୋଲ ରହିବ। କିଛି ନୂଆ ସକାରାତ୍ମକ କରିବାକୁ ଭାବିବେ। ଯୋଜନା ପ୍ରସ୍ତୁତ ଓ ପରିଶ୍ରମ କଲେ ଯାଇ ଲାଭ ପାଇବେ। ‌

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe