ପିୟୁଷ ଗୋଏଲଙ୍କୁ ଅର୍ଥ ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ କିଡନୀ ପ୍ରତ୍ୟାରୋପଣ ହୋଇଥିବାରୁ ରେଳ ଓ ଶକ୍ତି ମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଅର୍ଥମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଜେଟଲୀ ସଂପୂର୍ଣ୍ଣ ଆରୋଗ୍ୟ ହେବା ପର୍ଯ୍ୟନ୍ତ ପିୟୁଷ ଏହି ଦାୟିତ୍ୱରେ ରହିବେ । ଅନ୍ୟପକ୍ଷରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋରଙ୍କୁ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟର ଦାୟିତ୍ୱ ଦିଆଯାଇଛି । ସେହିପରି କେନ୍ଦ୍ର ପରିମଳ ଓ ପାନୀୟ ଜଳ ରାଷ୍ଟ୍ରମନ୍ତ୍ରୀ ଏସଏସ ଆଲୁଓ୍ଵାଲିଆଙ୍କୁ ସୂଚନା ପ୍ରଯୁକ୍ତି ଓ ଇଲେକ୍ଟ୍ରୋନିକ୍ସ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ଦିଆଯାଇଛି ।

ସମ୍ବନ୍ଧିତ ଖବର