ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ-ତେଜସ୍ବୀ

ପାଟନା: ମଙ୍ଗଳବାର ବିଜେପି ସହ ମେଣ୍ଟ ଭାଙ୍ଗି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଜେଡି(ୟୁ) ନେତା ନୀତୀଶ କୁମାର। ବିଜେପି ହାତ ଛାଡ଼ି ଏବେ ପୁରୁଣା ସାଥୀ ଆରଜେଡି ହାତ ଧରିଛନ୍ତି ନୀତୀଶ। ଆରଜେଡି ସହ ମେଣ୍ଟ କରି ବୁଧବାର ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତୀଶ। ଏହା ସହିତ ଆରଜେଡି ନେତା ଏବଂ ଲାଲୁ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବ ଦ୍ୱିତୀୟ ଥର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫାଗୁ ଚୌହାନ ରାଜ ଭବନରେ ଉଭୟ ନେତାଙ୍କୁ ଶପଥ ପାଠ କରାଇଛନ୍ତି। ୨୨ବର୍ଷ ମଧ୍ୟରେ ଆଜି ଅଷ୍ଟମ ଥର ନୀତୀଶ କୁମାର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ୨୦୦୦ ମସିହାରେରେ ସେ ସର୍ବପ୍ରଥମେ ୭ଦିନ ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ |

ଏହାପରେ ୨୦୦୫ ନଭେମ୍ବର ୨ରେ ଦ୍ବିତୀୟ ଥର, ୨୦୧୦ ନଭେମ୍ବର ୩ରେ ତୃତୀୟ ଥର, ୨୦୧୫ ଫେବ୍ରୁଆରି ୪ରେ ଚତୁର୍ଥ ଥର, ୨୦୧୫ ନଭେମ୍ବର ୫ରେ ପଞ୍ଚମ ଥର, ୨୦୧୭ ଜୁଲାଇ ୬ରେ ଷଷ୍ଠ ଥର ଏବଂ ୨୦୨୦ ନଭେମ୍ବର ୭ରେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦଭାର ଗ୍ରହଣ କରିଥିଲେ।

ତେବେ ୫ ବର୍ଷ ତଳେ ନୀତୀଶ ଯେଉଁ ଆରଜେଡି ସହ ସଂପର୍କ ଚ୍ଛିନ୍ନ କରି ବିଜେପିର ହାତ ଧରି ଶାସନ ଚଳାଇଥିଲେ, ଆଜି ପୁଣି ସେହି ଆରଜେଡି ସହ ମିଶି ସରକାର ଗଢ଼ିବା ଲାଗି ବିଜେପିର ହାତ ଛାଡ଼ିଛନ୍ତି। ତାଙ୍କର ଏହି ରାଜନୈତିକ ଖେଳ ଆଜି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି।

ସମ୍ବନ୍ଧିତ ଖବର