Advertisment
ଦେଶ- ବିଦେଶ

ଆକ୍ରାନ୍ତଙ୍କ ସଂଖ୍ୟା ୧୦୪ ଛୁଇଁଲା: ମୃତ୍ୟୁ ସଂଖ୍ୟା ୧୧

କିଛି ବର୍ଷର ବ୍ୟବଧାନ ପରେ ପୁଣି ମୁଣ୍ଡ ଟେକିବା ଆରମ୍ଭ କରିଛି କୋଭିଡ-୧୯ । ମୁମ୍ବାଇ, ଦିଲ୍ଲୀ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭ ଛୁଇଁଛି।

 ଆକ୍ରାନ୍ତଙ୍କ ସଂଖ୍ୟା ୧୦୪ ଛୁଇଁଲା: ମୃତ୍ୟୁ ସଂଖ୍ୟା ୧୧

ନୂଆଦିଲ୍ଳୀ: କିଛି ବର୍ଷର ବ୍ୟବଧାନ ପରେ ପୁଣି ମୁଣ୍ଡ ଟେକିବା ଆରମ୍ଭ କରିଛି କୋଭିଡ-୧୯ । ମୁମ୍ବାଇ, ଦିଲ୍ଲୀ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭ ଛୁଇଁଛି। ଏବେ ସୁଦ୍ଧା ଦେଶରେ ୧୧ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। କେବଳ ମହାରାଷ୍ଟ୍ରରୁ ୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହାକୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି। କୋଭିଡକୁ ନେଇ ଏଯାଏ କୌଣସି ଆଡଭାଇଜରି ଜାରି କରିନାହନ୍ତି କେନ୍ଦ୍ର ସରକାର। 

Advertisment

ଦିଲ୍ଲୀ, ମହାରାଷ୍ଟ୍ର, କେରଳ, କର୍ଣ୍ଣାଟକ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟରେ କୋଭିଡ୍-୧୯ ମାମଲା ହଠାତ୍ ବୃଦ୍ଧି ପାଇଛି । ଏହି ସମସ୍ତ ରାଜ୍ୟରେ ଡାକ୍ତରଖାନାଗୁଡ଼ିକୁ ପ୍ରସ୍ତୁତ  ରଖାଯାଇଛି । ଭାରତରେ କୋଭିଡ-୧୯  ଦୁଇଟି ନୂତନ ଭାରିଆଣ୍ଟ୍ NB.1.8.1 ଏବଂ LF.7 ଚିହ୍ନଟ ହୋଇଛି ।

ମେ ମାସରେ, କେରଳରେ ସର୍ବାଧିକ ୨୭୩ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । କେରଳର ଡାକ୍ତରଖାନାଗୁଡ଼ିକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ଏବଂ ଥଣ୍ଡା ଓ କାଶ ଲକ୍ଷଣ ଥିବା ଲୋକଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ପଡ଼ୋଶୀ କର୍ଣ୍ଣାଟକରେ ମଧ୍ୟ କୋଭିଡ୍ ମାମଲାରେ ସାମାନ୍ୟ ବୃଦ୍ଧି ଘଟିଛି ।  

 

Advertisment
ସବସ୍କ୍ରାଇବ କରନ୍ତୁ