ସ୍ୱାଧୀନତା ଦିବସ ଅବସରରେ ଅଗ୍ନିଶମ ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ

ନୂଆଦିଲ୍ଲୀ: ଚଳିତ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ । ଏମାନଙ୍କ ମଧ୍ୟରୁ ଅଗ୍ନି ସେବା କ୍ଷେତ୍ରରେ ବିଶିଷ୍ଟ ସେବା ପାଇଁ ଭାରତ ଭୂଷଣ ନାୟକ ଏହି ପୁରସ୍କାର ପାଇବେ ଓ ଏହି କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ତ୍ରିଲୋକ କୁମାର ବାବୁ, ଗୁଣଧର ଜେନା, ଦୟାନିଧି ମିଶ୍ର, ନିରଞ୍ଜନ ମନ୍ତ୍ରୀ, ବିଜୟ ନାରାୟଣ ପଣ୍ଡା ଓ ସର୍ବେଶ୍ୱର ମହାରଣାଙ୍କୁ ରାଷ୍ଟ୍ରପତି ପଦକ ମିଳିବ । ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ଅରୁଣ କୁମାର ଜେନା, ଏନ ରାଜେନ୍ଦ୍ର ଦୋରା, ରମେଶ ଚନ୍ଦ୍ର ମହାନ୍ତି ଏବଂ ଲିଲି ପୃଷ୍ଟିଙ୍କୁ ଏହି ସମ୍ମାନ ମିଳିବ ।

ଚଳିତ ବର୍ଷ ୫୬ ଜଣ ବ୍ୟକ୍ତିଙ୍କୁ ଅଗ୍ନିଶମ ସେବା କ୍ଷେତ୍ରରେ ପୁରସ୍କୃତ କରାଯିବ । ଏଥିମଧ୍ୟରୁ ବୀରତା ପାଇଁ ଜଣଙ୍କୁ, ବିଶେଷ ସେବା ପାଇଁ ୮ ଜଣଙ୍କୁ ଏବଂ ପ୍ରଶଂସନୀୟ ସେବା ପାଇଁ ୪୭ ଜଣଙ୍କୁ ପୁରସ୍କୃତ କରାଯିବ । ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ୪୪ ଜଣ ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ । ଏମାନଙ୍କ ମଧ୍ୟରୁ ବିଶେଷ ସେବା ପାଇଁ ୮ ଜଣ ଏବଂ ପ୍ରଶଂସନୀୟ ସେବା ପାଇଁ ୩୬ ଜଣ ରାଷ୍ଟ୍ରପତିଙ୍କ ଠାରୁ ପଦକ ପାଇବେ ।

ସମ୍ବନ୍ଧିତ ଖବର