ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ପୁଞ୍ଚ୍ଠରେ ଏକ ବସ୍ ଖାତକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ପୁଞ୍ଚ୍ ଜିଲ୍ଲାର ବରେରି ନାଲ୍ଲହାଠାରେ ଏପରି ଘଟିଥିବା ସୂଚନା ରହିଛି।
ସୂଚନାରୁ ଜାଣିବାକୁ ମିଳିଛି ଯେ ବସ୍ଟି ସୁଜିୟାନ୍ରୁ ମାଣ୍ଡି ଅଭିମୂଖେ ଯାଉଥିବା ବେଳେ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଦୁର୍ଘଟଣାଟି ଘଟିବା ପରେ ସ୍ଥାନୀୟ ଲୋକେ, ସ୍ଥାନୀୟ ପୁଲିସ୍ ଓ ସେନାର ମିଳିତ ଉଦ୍ୟମରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଆହତମାନଙ୍କୁ ଦୁର୍ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି।
ଜମ୍ମୁ-କଶ୍ମୀରର ଲ୍ୟୁଟେନାଣ୍ଟ୍ ଗଭର୍ଣ୍ଣର ମନୋଜ ସିହ୍ନା ମୃତକ ପରିବାରଙ୍କୁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଏହା ସହ ଆହତମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Follow Us