ଦେଶରେ ୧୧୩୪ ନୂଆ କରୋନା ମାମଲା: ୨୪ ଘଣ୍ଟାରେ ୫ ଜଣଙ୍କ ମୃତ୍ୟୁ

Advertisment

ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଦେଶରେ ୧୧୩୪ ନୂଆ କରୋନା ମାମଲା: ୨୪ ଘଣ୍ଟାରେ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବଢ଼ୁଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁଣିଥରେ ଦେଶରେ ୧ ହଜାରରୁ ଅଧିକ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଆଜି ସକାଳ ୮ଟା ସୁଦ୍ଧା ଗତ ୨୪ ଘଣ୍ଟାରେ ୧୧୩୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଏହା ଚଳିତ ବର୍ଷର ସର୍ବାଧିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା‌ରେ ମଧ୍ୟ ୫ ଜଣଙ୍କ ମୃତ୍ୟୁ ହୋଇଛି। ଛତିଶଗଡ଼, ଦିଲ୍ଲୀ, ଗୁଜରାଟ, ମହାରାଷ୍ଟ୍ର ଓ କେରଳରେ ଗୋଟିଏ ଲେଖାଏଁ କରୋନା ମୃତ୍ୟୁ ହୋଇଛି। ଦୈନିକ ପଜିଟିଭ୍‌ ହାର ୧.୦୯ ପ୍ରତିଶତ ଏବଂ ସାପ୍ତାହିକ ପଜିଟିଭ୍‌ ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ମୋଟ୍‌ ସଂକ୍ରମଣ ମାମଲାର ୦.୦୨ ପ୍ରତିଶତ। ଅନ୍ୟପକ୍ଷେ ଆରୋଗ୍ୟ ହାର ୯୮.୭୯ ପ୍ରତିଶତ।

ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। କରୋନା ସ୍ଥିତିର ସମୀକ୍ଷା ଏବଂ ସଂକ୍ରମଣ ମୁକାବିଲା ଦିଗରେ କେଉଁ ପଦକ୍ଷେପ ଗ୍ରହଣ ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି। ଉଲ୍ଲେଖଯୋଗ୍ୟ, ୬ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଁ କେନ୍ଦ୍ର ସରକାର ଗତ ମାସରେ ନିର୍ଦ୍ଦେଶାବଳି ଜାରି କରିଥିଲେ। କେନ୍ଦ୍ର ସ୍ବ‌ାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମହାରାଷ୍ଟ୍ର, ଗୁଜରାଟ, ତେଲେଙ୍ଗାନା, ତାମିଲନାଡୁ, କେରଳ ଏବଂ କର୍ଣ୍ଣାଟକ ପାଇଁ ନିର୍ଦ୍ଦେଶାବଳି ଜାରି ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe