ଚିତ୍ତୋରରେ ଦୁର୍ଘଟଣା, ୧୨ ମୃତ

ତିରୁପତି : ଆନ୍ଧ୍ର ପ୍ରଦେଶର ଚିତ୍ତୋର ଜିଲ୍ଲାର ମୋଗିଲି ଘାଟ୍‌ ରୋଡରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ନିୟନ୍ତ୍ରଣ ହରାଇ ଏକ ବାଇକ୍‌, ଭ୍ୟାନ୍‌ ଏବଂ ଅଟୋ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ହିଁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଆହତମାନଙ୍କୁ ପାଲମନିର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସମସ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ସମ୍ବନ୍ଧିତ ଖବର