Advertisment

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ: ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚିତ

Advertisment

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ...

Updated On

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ...

ଅଦ୍ୟତନ ହୋଇଛି
9bmna

ନୂଆଦିଲ୍ଲୀ/ଭୁବନେଶ୍ବର: ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। କଟକ ସାଂସଦ ତଥା ଡ. ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୃହରି ମହତାବ  ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

ଅଧିକ ପଢ଼ନ୍ତୁ: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ୬ ଅଟକ

ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ଉତ୍ସବ ସହକାରେ ପାଳନ କରିବା ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିରେ ଗୃହ ଓ ସମବାୟ ବ୍ୟାପାର ମନ୍ତ୍ରୀ ଅମିତ୍ ଶାହ ଅଧ୍ୟକ୍ଷ ଭାବରେ ରହିଛନ୍ତି।

କମିଟିର ଅନ୍ୟ ପ୍ରମୁଖ ସଦସ୍ୟମାନଙ୍କ ମଧ୍ୟରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳବାଇ, ସୂଚନା ଏବଂ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ  ଅଶ୍ବିନୀ ବୈଷ୍ଣବ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସାଂସଦ ଭର୍ତ୍ତୃହରି ମହତାବ, ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଏବଂ ପୁସ୍ତକାଳୟର ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର, ଗୃହ ସଚିବ ଗୋବିନ୍ଦ ମୋହନ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ସଞ୍ଜୟ ଯାଜୁ, ସଂସ୍କୃତି ସଚିବ, ଅରୁନିଶ୍ ଚାୱଲା, ଏବଂ ପିଏମ୍ଓ ଆର୍ଥିକ ପରାମର୍ଶ ପରିଷଦ ସଦସ୍ୟ  ସଞ୍ଜୀବ ସାନୟାଲ ପ୍ରମୁଖ ସାମିଲ ରହିଛନ୍ତି। ଏହା ସହିତ ଏହି କମିଟିରେ ମଧ୍ୟ ପ୍ରସିଦ୍ଧ ସାହିତ୍ୟିକ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ସଦସ୍ୟ ଭାବେ ରହିଛନ୍ତି।

ଅଧିକ ପଢ଼ନ୍ତୁ: ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe