୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୮୯୯ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ସୁସ୍ଥତାହାର ୯୭.୧୩%

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୨,୮୯୯ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣ ଚିହ୍ନଟସଂଖ୍ୟା ୧.୦୮ କୋଟି ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୮୯୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୯୦,୧୮୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୦୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୭୦୩ରେ ପହଞ୍ଚିଛି। ଏହି ହିସାବରେ ଦେଶରେ ମୃତ୍ୟୁହାର ୧.୪୩% ଥିବା ଜଣାପଡ଼ିଛି।

Image Courtesy of HindiNews18

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭, ୮୨୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୪,୮୦,୪୫୫। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟାନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୭.୧୩%।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୫୫,୦୨୫ରେ ପହଞ୍ଚିଛି। କ୍ରମାଗତ ୧୬ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟାର ୧.୪୪%।

Image Courtesy of NDTV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୪୪,୪୯,୫୫୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୩ ସୁଦ୍ଧା ସମୁଦାୟ ୧୯,୯୨,୧୬,୦୧୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୪୨,୮୪୧ଟି ନମୁନା।

ସମ୍ବନ୍ଧିତ ଖବର