ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୩,୧୯୩ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛି ଯାହା ଗତକାଲି ରେକର୍ଡ କରାଯାଇଥିବା ସଂକ୍ରମଣସଂଖ୍ୟା ଠାରୁ ୨.୪% ଅଧିକ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୧୯୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୯,୬୩,୩୯୪ରେ ପହଞ୍ଚିଛି।
Image Courtesy of Times of Indiaଗତ ୨୪ ଘଣ୍ଟାରେ ୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୧୧୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦, ୮୯୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୬,୬୭,୭୪୧।
Image Courtesy of ANIଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୫୪୨ରେ ପହଞ୍ଚିଛି। କ୍ରମାଗତ ଏକ ମାସ ହେବ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୯,୮୪୬,୫୨୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୧୮ ସୁଦ୍ଧା ସମୁଦାୟ ୨୦,୯୪,୭୪,୮୬୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୭୧,୦୭୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/02/Corona-in-India-on-19th-February_Thumbnail.jpg)