ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୩,୨୦୩ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୦୬ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୨୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୩୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୬୭,୭୩୬ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/01/cvi-19.jpg)
ଗତ ୨୪ ଘଣ୍ଟାରେ ୧୩୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୪୭୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩, ୨୯୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୩୦,୦୮୪।
/sambad/media/post_attachments/wp-content/uploads/2021/01/cvii-14.jpg)
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୮୪,୧୮୨ରେ ପହଞ୍ଚିଛି। କ୍ରମାଗତ ଷଷ୍ଠ ଦିନ ପାଇଁ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ତଳେ ରହିଛି।
ସେହିଭଳି, ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୧୬,୧୫,୫୦୪ ଜଣଙ୍କୁ କୋଭିଡ୍-୧୯ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୨୩,୩୭,୧୧୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୫,୭୦,୨୪୬ଟି ନମୁନା।