ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୩,୨୦୩ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୦୬ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୨୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୩୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୬୭,୭୩୬ରେ ପହଞ୍ଚିଛି।
Image Courtesy of NDTVଗତ ୨୪ ଘଣ୍ଟାରେ ୧୩୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୪୭୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩, ୨୯୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୩୦,୦୮୪।
Image Courtesy of India Todayଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୮୪,୧୮୨ରେ ପହଞ୍ଚିଛି। କ୍ରମାଗତ ଷଷ୍ଠ ଦିନ ପାଇଁ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ତଳେ ରହିଛି।
ସେହିଭଳି, ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୧୬,୧୫,୫୦୪ ଜଣଙ୍କୁ କୋଭିଡ୍-୧୯ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୨୩,୩୭,୧୧୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୫,୭୦,୨୪୬ଟି ନମୁନା।
Follow Us